Posted inଜାତୀୟ

ଦୁର୍ଘଟଣାରେ ଚାଲିଗଲା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଓଏସ୍‌ଡିଙ୍କ ଜୀବନ

ନୂଆଦିଲ୍ଲୀ,୨୬।୮: ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ସ୍ପେଶାଲ ଡ୍ୟୁଟି ଅଫିସର(ଓଏସଡି) ମୋତିଲାଲ ସିଂଙ୍କ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ବସ୍ତି ଜିଲା ଖଝୌଲାରେ ଏକ ପଶୁକୁ ବଞ୍ଚାଇବାବେଳେ ମୋତିଲାଲଙ୍କ ସହ ଏହି ଦୁର୍ଘଟଣା ଘଟିଛି। ଏହି ସଡକ ଦୁର୍ଘଟଣାରେ ଓଏସଡିଙ୍କ ମୃତ୍ୟୁ ସହିତ ତାଙ୍କ ସ୍ତ୍ରୀ ଏବଂ ଡ୍ରାଇଭର ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଗୋରଖନାଥ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଓଏସଡି ଗୁରୁବାର ବିଳମ୍ବିତ ରାତିରେ ଗୋରଖପୁରରୁ ଲକ୍ଷ୍ନୌକୁ ଯାଉଥିଲେ। ଏନ୍‌ଏଚ୍‌-୨୮ରେ ଏକ ପଶୁ ଗାଡି ଆଗକୁ ଚାଲିଆସିବାରୁ ତାକୁ ବଞ୍ଚାଇବା ପାଇଁ ଓଏସଡିଙ୍କୁ ନେଇ ଯାଉଥିବା ସ୍କର୍ପିଓଟି ନିୟନ୍ତ୍ରଣ ହରାଇ ଗଛରେ ପିଟି ହୋଇଯାଇଥିଲା।
ଏଥି ସହ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଏସଡି ମୋତିଲାଲ ସିଂଙ୍କ ମୃତ୍ୟୁକୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ମଝି ଆକାଶରେ ପିଟି ହୋଇ ହୁତୁ ହୁତୁ ହୋଇ ଜଳିଗଲା ୨ ଫାଇଟର ଜେଟ, ଦେଖନ୍ତୁ ଲୋମଟାଙ୍କୁରା ଦୃଶ୍ୟ

ଓ୍ବାଶିଂଟନ,୧୮।୫: ଆମେରିକାର ଆଇଡାହୋ ରାଜ୍ୟରେ ଆୟୋଜିତ ଏକ ଏୟାର ଶୋ’ ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ, ମାଉଣ୍ଟେନ ହୋମ ଏୟାର ଫୋର୍ସ ବେସରେ…

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri