Posted inଜାତୀୟ

ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ଭେଟିଲେ ଯୋଗୀ ଆଦିତ୍ୟନାଥ

ନୂଆଦିଲ୍ଲୀ,୩୦।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବର୍ତ୍ତମାନ ଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି ସମୟରେ ସେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ଭେଟିଛନ୍ତି। ଶନିବାର ଯୋଗୀ ଆଦିତ୍ୟନାଥ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତକାର କରିଛନ୍ତି। ଏହି ସାକ୍ଷାତକାର ଏଭଳି ସମୟରେ ହୋଇଛି, ଯେତେବେଳେ ମୁଖ୍ୟମନ୍ତ୍ରୀ ଯୋଗୀ ତାଙ୍କର ଦ୍ୱିତୀୟ କାର୍ଯ୍ୟକାଳ ମଧ୍ୟରେ ଏକ ମାସରୁ ଅଧିକ ସମୟ ସମାପ୍ତ କରିସାରିଛନ୍ତି। ଉଭୟଙ୍କ ମଧ୍ୟରେ ରାଜ୍ୟରେ ପରବର୍ତ୍ତୀ ରଣନୀତି ଉପରେ ଆଲୋଚନା ହୋଇଥିବା ଚର୍ଚ୍ଚା ହେଉଛି। ମୁଖ୍ୟମନ୍ତ୍ରୀ ହେବାର ଏକ ମାସରୁ ଅଧିକ ସମୟ ପରେ ସେ ପୁଣି ଥରେ ଅମିତ ଶାହାଙ୍କୁ ଭେଟିବାକୁ ଆସିଛନ୍ତି। ଉଭୟଙ୍କ ମଧ୍ୟରେ ଅନେକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି। ଏହି ସମୟରେ ଯୋଗୀ ତାଙ୍କ ସରକାରଙ୍କ ପ୍ରଥମ ୩୦ ଦିନରେ ନିଆଯାଇଥିବା ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ବିଷୟରେ ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ସୂଚନା ଦେଇଛନ୍ତି। ଏତଦ୍‌ବ୍ୟତୀତ, ଆଗାମୀ ୫ବର୍ଷ ପାଇଁ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ରୋଡ ମ୍ୟାପ ବିଷୟରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଦେବେ ଆଡ୍‌ମିଶନ ଫି’, ଛାତ୍ରୀଛାତ୍ର ଭରିବେ ପରୀକ୍ଷା ଫି’

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri