ଉତ୍ତରପ୍ରଦେଶ ପୀଡ଼ିତାଙ୍କୁ ତ୍ୱରିତ ନ୍ୟାୟ ଦାବି: ରାଜରାସ୍ତାରେ ଗର୍ଜିଲେ ଆମ୍ବେଡକରବାଦୀ ସଂଗଠନ

ଭବାନୀପାଟଣା,୪।୧୦(ଡି.ଏନ୍‌.ଏ.): ଉତ୍ତରପ୍ରଦେଶର ହାଥରସ ଓ ବଳରାମପୁରରେ ଦଳିତ ନାବାଳିକାଙ୍କ ଗଣଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ସାରା ଦେଶର ବିଭିନ୍ନ ରାଜନୈତିକ ଓ ସାମାଜିକ ସଂଗଠନ ଏବେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ସାରା ଦେଶରେ ଏହି ପ୍ରତିବାଦର ସ୍ବର ତୀବ୍ର ହେବାରେ ଲାଗିଥିବାବେଳେ କଳାହାଣ୍ଡି ଜିଲାର ଭବାନୀପାଟଣା ସହରରେ ଏହାର ଝଲକ ଦେଖିବାକୁ ମିଳିଛି । କରୋନା କଟକଣା ସତ୍ତ୍ୱେ ଜିଲାର ସମସ୍ତ ଆମ୍ବେଡକରବାଦୀ ସଂଗଠନ ଏକଜୁଟ୍‌ ହୋଇ ହାଥରସ ଓ ବଳରାମପୁରର ଦଳିତ ବାଳିକାଙ୍କ ଉପରେ ପାଶବିକ ଅତ୍ୟାଚାରକୁ କଡା ଶବ୍ଦରେ ନିନ୍ଦା କରିବା ସହ ଏହା ମାନବିକତାର ହତ୍ୟା ବୋଲି କହିଛି ସଂଗଠନ । ଏ ନେଇ ଏକ ବିଶାଳ ଶୋଭାଯାତ୍ରା ଭବାନୀପାଟଣା ସହରର ଷ୍ଟାଚ୍ୟୁଛକରୁ ବାହାରି ଟାଉନ ଥାନା ସମ୍ମୁଖକୁ ଯାଇଥିଲା । ସେଠାରେ ଏକ ପ୍ରତିବାଦ ସଭାରେ ଉତ୍ତରପ୍ରଦେଶର ଯୋଗୀ ସରକାର ଉପରେ ଏହି ସଂଗଠନର ନେତା ଓ କର୍ମୀମାନେ ପ୍ରବଳ ବର୍ଷିଥିଲେ । ଏ ଥିରେ ବିଶିଷ୍ଟ ସମାଜସେବୀ ସ୍ଯଯବାଦୀ ନାଏକଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ଏପିଆଇର ବରିଷ୍ଠ ନେତା ତଥା ଆଇନଜୀବୀ ଛବିଲାଲ ନିଆଲ ପ୍ରମୁଖ ପୀଡିତାଙ୍କୁ ନ୍ୟାୟ ଦାବି କରିବା ସହ ଉତ୍ତରପ୍ରଦେଶର ଯୋଗୀ ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ଏହି ଅବସରରେ କଳାହାଣ୍ଡି ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ଜରିଆରେ ଭାରତର ରାଷ୍ଟ୍ରପତିଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…

କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର…

ଦଳେଇଗୁଡ଼ା ସ୍କୁଲକୁ ଆକସ୍ମିକ ଗସ୍ତ କଲେ ଅତିରିକ୍ତ ଜିଲ୍ଲାପାଳ, ଯାଞ୍ଚ କଲେ ଖାଦ୍ୟର ଗୁଣବତ୍ତା

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ ): ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ପାଇଁ ଉପଲବ୍ଧ ବ୍ୟବସ୍ଥା, ଖାଦ୍ୟର ଗୁଣବତ୍ତା ଏବଂ ସରକାରୀ ନିର୍ଦ୍ଧାରିତ ମାନଦଣ୍ଡର ଅନୁପାଳନ ସମ୍ପର୍କରେ…

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା

ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ…

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଗିରଫ ହେଲେ କୁଣ୍ଡୁଳା ହାଇସ୍କୁଲ ପ୍ରଧାନଶିକ୍ଷକ

ପାଟଣା,୨୪।୯(ବୀର କିଶୋର ଦାଶ): ସରକାରୀ, ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିଲେ ପ୍ରଧାନଶିକ୍ଷକ । ଏହି ଘଟଣାରେ କେନ୍ଦୁଝର ଜିଲା…

ଦୋକାନ ଭିତରକୁ ମାଡ଼ିଗଲା ମାଲବୋଝେଇ ଟ୍ରଲର: ବାଇକ-ସ୍କୁଟି ଉପରେ…

ଖୋର୍ଦ୍ଧା,୨୪।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଦୋକାନ ଭିତରକୁ ମାଡ଼ିଯାଇଛି ମାଲବୋଝେଇ ଟ୍ରଲର। ଦୁର୍ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?