ଉତ୍ତରପ୍ରଦେଶ ନିର୍ବାଚନ: ଦ୍ୱିତୀୟ ପର୍ଯ୍ୟାୟରେ ୯ ଜିଲାର ୫୫ ଆସନରେ ଭୋଟିଂ…

ନୂଆଦିଲ୍ଲୀ, ୧୩।୨ : ଉତ୍ତରପ୍ରଦେଶର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଫେବୃୟାରୀ ୧୪ରେ ମତଦାନ ହେବାକୁ ଯାଉଛି। ୯ ଜିଲାର ୫୫ ଆସନରେ ଭୋଟିଂ ହେବ। ଏହି ପର୍ଯ୍ୟାୟରେ ମୋଟ ୫୮୬ ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ମୁଖ୍ୟ ପ୍ରତିଦ୍ୱନ୍ଦ୍ୱିତା ହେଉଛି ଭାଜପା, ଏସ୍‌ପି,ଆରଏଲଡି ମିଳିତ ମଞ୍ଚ, ବିଏସ୍‌ପି ଏବଂ କଂଗ୍ରେସ ମଧ୍ୟରେ ହେବ। ୯ଜିଲା ମଧ୍ୟରେ ୭ ଜିଲାରେ ମୁସଲମାନ୍‌ ଭୋଟରଙ୍କ ସଂଖ୍ୟା ଅଧିକ ରହିଛି।

୨୦୧୭ରେ ଏସବୁ ଆସନ ମଧ୍ୟରୁ ଭାଜପା ଖାତାକୁ ୩୮ ଆସନ ଯାଇଥିଲା। ତେବେ ଚଳିତଥର ସ୍ଥିତିରେ ପରିବର୍ତ୍ତନ ଘଟିଥିବାରୁ ଆଶା ଏବଂ ଆଶଙ୍କା ମଧ୍ୟରେ ଭାଜପା ରହିଛି।

ଦ୍ୱିତୀୟ ପର୍ଯ୍ୟାୟରେ ଉତ୍ତରପ୍ରଦେଶର ସାହାରନପୁର, ରାମପୁର, ବିଜନୋର, ଆମରୋହା, ସମ୍ଭଲ, ମୋରାଦାବାଦ, ବରେଲି, ବଦାୟୁଂ ଏବଂ ଶାହାଜାହାନପୁରର ୫୫ ଟି ବିଧାନସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେବ।

ବରେଲି ଏବଂ ସାହାରନପୁରରେ ମୁସଲମାନ ଧାର୍ମିକ ନେତାମାନଙ୍କର ବହୁତ ପ୍ରଭାବ ରହିଛି।
ଏହି ଜିଲାଗୁଡ଼ିକର ବିଧାନସଭା ଆସନରେ ମୁସଲମାନ ଭୋଟରଙ୍କ ସଂଖ୍ୟା ଯଥେଷ୍ଟ ଅଧିକ ରହିଛି। ବିଶେଷକରି ୭ ଟି ଜିଲାରେ ଏଭଳି ସ୍ଥିତି ରହିଛି।

ସେଥିମଧ୍ୟରୁ ରାମପୁରରେ ୫୦.୫୭ ପ୍ରତିଶତ, ମୋରାଦାବାଦରେ ୫୦.୮୦ ପ୍ରତିଶତ, ଆମରୋହାରେ ୪୦.୭୮ ପ୍ରତିଶତ, ବିଜନୋରରେ ୪୩.୦୪ ପ୍ରତିଶତ, ବରେଲିରେ ୩୪.୫୪ ପ୍ରତିଶତ , ସମୱାଲରେ ୩୨.୮୮ ପ୍ରତିଶତ ଏବଂ ବଦାୟୁଂରେ ୨୩.୨୬ ପ୍ରତିଶତ ସୁମଲମାନ୍‌ ଭୋଟର ରହିଛନ୍ତି। ମୁସଲମାନମାନଙ୍କ ସହିତ ଜାଟ ଭୋଟରଙ୍କ ସଂଖ୍ୟା ମଧ୍ୟ ଅଧିକ ରହିଛି।

ତେଣୁ ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଥମ ପର୍ଯ୍ୟାୟ ଅପେକ୍ଷା ଭାଜପା ପାଇଁ ଅଧିକ ଚ୍ୟାଲେଞ୍ଜିଂ ସୃଷ୍ଟି ହେବ ବୋଲି ବିବେଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri