Posted inଜାତୀୟ

୫୮ ଆସନରେ ୬୨୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର

ଲକ୍ଷ୍ନୌ,୯ା୨: ଉତ୍ତର ପ୍ରଦେଶର ୪୦୩ ନିର୍ବାଚନମଣ୍ଡଳୀ ମଧ୍ୟରୁ ୫୮ ଆସନରେ ଗୁରୁବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ। ପଶ୍ଚିମ ୟୁପିର ୧୧ ଜିଲାରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ। ଏହି ଜିଲାଗୁଡ଼ିକ ହେଲା ଶାମ୍‌ଲି, ହାପୁର, ଗୌତମବୁଦ୍ଧନଗର, ମୁଜାଫରନଗର, ମିରଟ, ବାଗ୍‌ପତ, ଗାଜିଆବାଦ, ବୁଲନ୍ଦସହର, ଆଲିଗଡ଼, ମଥୁରା ଓ ଆଗ୍ରା।

ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ ମଙ୍ଗଳବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଥିବା ବେଳେ ଗୁରୁବାର ୨.୨୭ କୋଟି ଭୋଟର ୬୨୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ହାଇପ୍ରୋଫାଇଲ୍‌ ପ୍ରାର୍ଥୀଙ୍କ ମଧ୍ୟରେ ଯୋଗୀ ସରକାରଙ୍କ ୯ ମନ୍ତ୍ରୀ ଅଛନ୍ତି। ସେମାନେ ହେଲେ ସୁରେଶ ରାଣା, ଅତୁଲ ଗର୍ଗ, ଶ୍ରୀକାନ୍ତ ଶର୍ମା, ସନ୍ଦୀପ ସିଂ, ଅନିଲ ଶର୍ମା, କପିଳ ଦେବ ଅଗ୍ରଓ୍ବାଲ, ଦୀନେଶ ଖାତିକ, ଜି.ଏସ୍‌. ଧର୍ମେଶ ଏବଂ ଚୌଧରୀ ଲକ୍ଷ୍ମୀ ନାରାୟଣ। ମୁଖ୍ୟ ପ୍ରତିଦ୍ୱନ୍ଦ୍ୱିତା ଭାଜପା ଏବଂ ସମାଜବାଦୀ ପାର୍ଟି(ଏସ୍‌ପି)-ରାଷ୍ଟୟୀୟ ଲୋକ ଦଳ (ଆର୍‌ଏଲ୍‌ଡି) ମେଣ୍ଟ ମଧ୍ୟରେ ହେଉଥିଲେ ହେଁ କେତେକ ଆସନରେ ବହୁଜନ ସମାଜ ପାର୍ଟି (ବିଏସ୍‌ପି)ର ମଧ୍ୟ ପ୍ରଭାବ ରହିଛି। ୨୦୧୭ ବିଧାସନଭା ନିର୍ବାଚନରେ ୫୮ରୁ ଭାଜପା ୫୩ ଆସନ ଦଖଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri