Posted inଜାତୀୟ

ଟାର୍ଗେଟ ବୁଲ୍‌ଡୋଜର ମାମଲା, ସୁପ୍ରିମ୍‌କୋର୍ଟରେ ଜବାବ ଦାଖଲ କଲେ ଉତ୍ତରପ୍ରଦେଶ ସରକାର…

ନୂଆଦିଲ୍ଲୀ, ୧୩।୭ : ଉତ୍ତରପ୍ରଦେଶରେ ହୋଇଥିବା ବୁଲ୍‌ଡୋଜର ମାମଲାରେ ସୁପ୍ରିମ୍‌କୋର୍ଟ ମଧ୍ୟବର୍ତ୍ତୀକାଳୀନ ରାୟ ଦେବାକୁ ମନା କରିଛନ୍ତି। ଏହା ସହିତ ଶୀର୍ଷକୋର୍ଟ ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୧୦ରେ କରିବାକୁ ତାରିଖ ସ୍ଥିର କରିଛନ୍ତି। ଜମିୟତ୍‌-ଉଲେମା-ଇ-ହିନ୍ଦ୍‌ ପକ୍ଷରୁ ଏନେଇ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ବିରୋଧରେ ଟାର୍ଗେଟ ବୁଲ୍‌ଡୋଜର ମାମଲା ଦାଖଲ କରାଯାଇଥିଲା। ସରକାର ବିନା କୌଣସି ଆଇନଗତ ପ୍ରକ୍ରିୟାରେ ଏଭଳି କରୁଥିବା ଆବେଦନରେ ଅଭିଯୋଗ କରାଯାଇଥିଲା।

ଏନେଇ ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ ଜବାବ ଦାଖଲ କରାଯାଇଛି ଯେ, ବେଆଇନ ନିର୍ମାଣକୁ ଭଙ୍ଗା ଯାଇଛି। ଏନେଇ ଆଇନଗତ ପ୍ରକ୍ରିୟାର ପାଳନ କରାଯାଇଛି। ବେଆଇନ ନିର୍ମାଣକାରୀଙ୍କୁ ପୂର୍ବରୁ ନୋଟିସ୍‌ ଜାରି କରାଯାଇଥିବା ସରକାର କହିଛନ୍ତି।

ଶୁଣାଣି ସମୟରେ ଜମିୟତ୍‌-ଉଲେମା-ଇ-ହିନ୍ଦ୍‌ ପକ୍ଷରୁ ଉପସ୍ଥିତଥିବା ବରିଷ୍ଠ ଆଇନଜୀବୀ ସିୟୁ ସିଂ ଏକ ନିର୍ଦ୍ଦିଷ୍ଟ ସମୁଦାୟଙ୍କ ବିରୋଧରେ ପଦକ୍ଷେପ ଗ୍ରହଣ କରାଯାଉଛି। ଏହାଉପରେ ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା ଆପତ୍ତି ଉଠାଇଥିଲେ। ସେ କହିଥିଲେ କୌଣସି ସମୁଦାୟ ଭିନ୍ନ ନୁହନ୍ତି। ବରଂ ସଭିଏଁ ଭାରତୀୟ ସମୁଦାୟ।

ଜମିୟତ୍‌-ଉଲେମା-ଇ-ହିନ୍ଦ୍‌ ପକ୍ଷରୁ କୁହାଯାଇଥିଲା ଯେ, କାନପୁର ଏବଂ ପ୍ରୟାଗରାଜରେ ହିଂସକ ପ୍ରଦର୍ଶନ ପରେ ଟାର୍ଗେଟ କରି ପଦକ୍ଷେପ ଗ୍ରହଣ କରାଯାଇଛି। ତେବେ ସୋଲିସିଟର ଜେନେରାଲ ଏହି ଅଭିଯୋଗକୁ ଭିତ୍ତିହୀନ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?