Posted inଜାତୀୟ

ଓମ୍‌ ପ୍ରକାଶଙ୍କୁ ମିଳିଲା ଓ୍ବାଇ ସୁରକ୍ଷା

ଲକ୍ଷ୍ନୌ,୨୨।୭: ଉତ୍ତରପ୍ରଦେଶର ଜହୁରାବାଦର ବିଧାୟକ ତଥା ଏସ୍‌ବିଏସ୍‌ପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଓମ୍‌ ପ୍ରକାଶ ରାଜଭରଙ୍କୁ ‘ଓ୍ବାଇ’ ବର୍ଗର ସୁରକ୍ଷା ପ୍ରଦାନ କରାଯାଇଛି। ୟୁପି ସରକାରଙ୍କ ନିର୍ଦ୍ଦେଶକ୍ରମେ ଏହି ସୁରକ୍ଷା ତାଙ୍କୁ ଦିଆଯାଇଛି। ସୂଚନାଯୋଗ୍ୟ, ଗୁରୁବାର ତଥା ରାଷ୍ଟ୍ରପତି ଫଳାଫଳ ଦିନ ହିଁ ଓପି ରାଜଭରଙ୍କୁ ‘ଓ୍ବାଇ’ ବର୍ଗ ସୁରକ୍ଷା ପ୍ରଦାନ କରାଯାଇଥିଲା। ସରକାରଙ୍କ ଏହି ନିଷ୍ପତ୍ତି ପରେ ରାଜନୈତିକ ମହଲରେ ଅନେକ କଳ୍ପନାଜଳ୍ପନା ଲାଗି ରହିଛି। ଆସନ୍ତା ଲୋକ ସଭା ନିର୍ବାଚନରେ କିଛି ନୂଆ ରାଜନୈତିକ ସମୀକରଣ ଦେଖିବାକୁ ମିଳିପାରେ ବୋଲି ଚର୍ଚ୍ଚା ହେଉଛି। ସୂଚନା ମୁତାବକ, ଗତ ବିଧାନସଭା ନିର୍ବାଚନରେ ଓପି ରାଜଭର ସମାଜବାଦୀ ପାର୍ଟି(ଏସ୍‌ପି) ସହ ମିଳିତ ମେଣ୍ଟରେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଥିଲେ। ତେବେ କିଛି ଦିନ ହେବ ଓପି ରାଜଭରଙ୍କ ରଙ୍ଗଢ଼ଙ୍ଗ ବଦଳିଥିବା ଦେଖିବାକୁ ମିଳିଛି। ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ସେ ଅମିତ ଶାହାଙ୍କୁ ଭେଟିଥିଲେ। ଏଥିସହ ରାଷ୍ଟ୍ରପତି ନିର୍ବାଚନରେ ଅଖିଳେଶ ଯାଦବଙ୍କ ବିରୋଧରେ ବିଦ୍ରୋହ କରି ରାଜଭର ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିଥିଲେ। ଏତଦ୍‌ବ୍ୟତୀତ ସେ ଲକ୍ଷ୍ନୌରେ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ମୁର୍ମୁଙ୍କ ପାଇଁ ଆୟୋଜିତ  ଏକ ରାତ୍ର ଭୋଜନରେ ମଧ୍ୟ ସାମିଲ ହୋଇଥିଲେ। ରାଜଭର କହିଛନ୍ତି, ବିରୋଧୀ ପ୍ରାର୍ଥୀ ଯଶବନ୍ତ ସିହ୍ନାଙ୍କ ପାଇଁ ଆୟୋଜିତ ରାତ୍ର ଭୋଜନରେ ଅଖିଳେଶ ତାଙ୍କୁ ନିମନ୍ତ୍ରଣ କରି ନ ଥିଲେ। ତେଣୁ ସେ ଏନ୍‌ଡିଏକୁ ସମର୍ଥନ କରିବାକୁ ନିଷ୍ପତ୍ତି ନେଇଥିଲେ ବୋଲି ରାଜଭର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

୩୨୬ ଏମ୍‌ପି, ୧୪ ମୁଖ୍ୟମନ୍ତ୍ରୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୧୮ା୮(ପି.ଟି.): ଲୋକ ସଭାର ୫୪୩ ସଦସ୍ୟଙ୍କ ମଧ୍ୟରୁ ୨୫୧ ଜଣ ଏବଂ ରାଜ୍ୟ ସଭାର ୨୩୩ ସଦସ୍ୟଙ୍କ ମଧ୍ୟରୁ ୭୫ ଜଣଙ୍କ ନାମରେ ଆପରାଧିକ ମାମଲା ରହିଥିବା…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଭୁବନେଶ୍ୱର,୧୮।୮(ସୁନିତ୍‌ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା।…

ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ଆକ୍ରମଣ: ୨ ମୃତ

ଲଣ୍ଡନ, ୧୮।୮: ୟୁକ୍ରେନ୍‌ସ୍ଥିତ ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୩ଜଣ ଆହତ ହୋଇଛନ୍ତି। ଭାରତୀୟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ମାଲିକାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri