Posted inଜାତୀୟ

ଓବିସି ସଂରକ୍ଷଣ ବିନା ହେଉ ଉତ୍ତରପ୍ରଦେଶ ପୌରପରିଷଦ ନିର୍ବାଚନ: ହାଇକୋର୍ଟ…

ଲକ୍ଷ୍ନୌ,୨୭।୧୨ : ଉତ୍ତରପ୍ରଦେଶ ପୌରପରିଷଦ ନିର୍ବାଚନ ସମ୍ପର୍କରେ ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚ ଏକ ବଡ ଫିଇସଲା ଦେଇଛନ୍ତି। ଅଦାଲତ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ ଏଥର ବିନା ସଂରକ୍ଷଣରେ କରାଯାଉ। କୋର୍ଟ କହିଛନ୍ତି ଯେ ସୁପ୍ରିମକୋର୍ଟଙ୍କ ଦ୍ୱାରା ଧାର୍ଯ୍ୟ ହୋଇଥିବା ଟ୍ରିପଲ ପରୀକ୍ଷା ନହେବା ପର୍ଯ୍ୟନ୍ତ ସଂରକ୍ଷଣ କାର୍ଯ୍ୟକାରୀ କରାଯିବା ଉଚିତ ନୁହେଁ। ୨୦୧୭ ର ଓବିସି ରାପିଡ ସର୍ଭେକୁ ହାଇକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି।

ପୌରପରିଷଦ ନିର୍ବାଚନ ପାଇଁ ଡିସେମ୍ବର ୫ରେ ଜାରି କରାଯାଇଥିବା ବିଜ୍ଞପ୍ତି ଡ୍ରାଫ୍ଟକୁ ମଧ୍ୟ ହାଇକୋର୍ଟ ଖାରଜ କରିଛନ୍ତି। ଏହି ନିଷ୍ପତ୍ତି ପରେ ବିରୋଧୀ ଦଳ ରାଜ୍ୟ ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। ସଂରକ୍ଷଣ ବିନର ପୌରପରିଷଦ ନିବ;ାଚନ ନହେଉ ବୋଲି ଏସପି, କଂଗ୍ରେସ ଦାବି କରିଛନ୍ତି। ନିର୍ବାଚନ ଉପରେ ହାଇକୋର୍ଟଙ୍କ ନିଷ୍ପତ୍ତି ପରେ ରାଜ୍ୟ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଟୁଇଟ କରିଛନ୍ତି।

ପୌରପରିଷଦ ନିର୍ବାଚନ ସମ୍ପର୍କରେ ଆହ୍ଲାବାଦ ହାଇକୋର୍ଟଙ୍କ ନିର୍ଦ୍ଦେଶର ବିସ୍ତୃତ ଅଧ୍ୟୟନ ଏବଂ ଆଇନ ବିଶେଷଜ୍ଞଙ୍କ ସହ ପରାମର୍ଶ ପରେ ସରକାରୀ ସ୍ତରରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ସେ ଲେଖିଛନ୍ତି। ଏହି ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ ଅଖିଳେଶ ଯାଦବ ଟୁଇଟ କରିଛନ୍ତି ଯେ,ସଂରକ୍ଷଣ ବିରୋଧୀ ଭାଜପା ପୌରପରିଷଦ ନିର୍ବାଚନରେ ଓବିସି ସଂରକ୍ଷଣ ପ୍ରସଙ୍ଗରେ କୁମ୍ଭୀର କାନ୍ଦଣା କାନ୍ଦି ସହାନୁଭୂତି ଦେଖାଉଛି। ଭାଜପା ପଛୁଆ ଲୋକଙ୍କ ସଂରକ୍ଷଣ ଅଧିକାର ଛଡ଼ାଇ ନେଇଛି। ଏହା ଆଗାମୀ ଦିନରେ ବାବାସାହେବ ଆମ୍ବେଡକରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ଦଳିତ ସଂରକ୍ଷଣକୁ ମଧ୍ୟ ହଟାଇ ଦେବ। ସଂରକ୍ଷଣକୁ ବଞ୍ଚାଇବା ପାଇଁ ସଂଗ୍ରାମରେ ଏସପିଙ୍କୁ ସମର୍ଥନ କରିବାକୁ ସେ ପଛୁଆ ଏବଂ ଦଳିତ ବର୍ଗଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?