Posted inଜାତୀୟ

ଅପରାଧୀ ବିକାଶ ଦୁବେଙ୍କ ସୂଚନା ଦେଲେ ମିଳିବ ୫ ଲକ୍ଷ ଟଙ୍କା: ଉତ୍ତରପ୍ରଦେଶ ପୋଲିସ

କାନପୁର,୮।୭: ଦୁର୍ଦ୍ଦାନ୍ତ ଅପରାଧୀ ବିକାଶ ଦୁବେଙ୍କ ଯିଏ ସୂଚନା ଦେବ ତାଙ୍କୁ ୫ଲକ୍ଷ ଟଙ୍କା ପୁରସ୍କାର ରାଶି ଦିଆଯିବ। ଏଭଳି ଘୋଷଣା କରିଛି ଉତ୍ତରପ୍ରଦେଶ ପୋଲିସ। କାନପୁର ଏନ୍‌କାଉଣ୍ଟରେ ୮ଜଣ ପୋଲିସ ଶହୀଦ ହେବା ପରେ ଏହା ପଛରେ ଥିବା ମାଷ୍ଟର ମାଇଣ୍ଡକୁ ଧରିବା ପାଇଁ ଉତ୍ତରପ୍ରଦେଶ ପୋଲିସ ରାତି ଦିନ ଏକ କରିଦେଇଛି। ଏଯାଏ ବିକାଶର ଟେର୍‌ ମିଳି ନ ଥିବାରୁ ବୁଧବାର ୟୁପି ପୋଲିସ ତାଙ୍କ ନାଁରେ ଥିବା ପୁରସ୍କାର ରାଶିକୁ ଦୁଇଗୁଣା କରିଛି। ପୂର୍ବରୁ ଏହା ଅଢ଼େଇ ଲକ୍ଷ ଥିଲା, ବର୍ତ୍ତମାନ ଏହାକୁ ବଢ଼ାଇ ୫ଲକ୍ଷ ଟଙ୍କା କରିଦିଆଯାଇଥିବା ଜଣାପଡ଼ିଛି। ତେବେ ଉତ୍ତରପ୍ରଦେଶର କୌଣସି ଅପରାଧୀ ଉପରେ ଘୋଷଣା ହୋଇଥିବା ରାଶିଠାରୁ ଏହା ହେଉଛି ସର୍ବାଧିକ ପୁରସ୍କାର। ସୂଚନାଯୋଗ୍ୟ, କାନପୁର ଏନ୍‌କାଉଣ୍ଟରରେ ପୋଲିସ ଓ ଅପରାଧୀ ମୁହାଁମୁହିଁ ସମୟରେ ବିକାଶ ଦୁବେର ଗୁଳିରେ ୮ଜଣ ପୋଲିସ ଯବାନ ଶହୀଦ ହୋଇଥିଲେ। ବିକାଶର ଅପରାଧ ପ୍ରମାଣକୁ ଖୋଜିବା ପାଇଁ ପୋଲିସ ନିଜର ସବୁ ବଳ ଲଗାଇଦେଇଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁର ୪ ଦିନ ପୂର୍ବରୁ ଗୋଆରେ ନାଚୁଥିଲେ ନାନା ପାଟେକର, କହିଥିଲେ ଏଭଳି କଥା

ମୁମ୍ବାଇ,୮ା୧୦: ବଲିଉଡ୍‌ର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ତାଙ୍କର ଶେଷ ପବ୍ଲିକ୍ ଅପିୟରାନ୍ସର ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ମୃତ୍ୟୁର ମାତ୍ର ୪…

ଗେମ୍ ବି ମାନିଲା ହାର୍! କ୍ୟାଣ୍ଡି କ୍ରଶ୍‌ର ‘The End’ କରି ବିଶ୍ୱ ରେକର୍ଡ କଲେ ବିହାର ଯୁବକ

ସିୱାନ୍: ସାଧାରଣତଃ ଘରେ ପିଲାମାନେ ମୋବାଇଲ୍‌ରେ ଗେମ୍ ଖେଳିଲେ ଅଭିଭାବକମାନେ ଗାଳିଗୁଲଜ କରିବା ସହ “ପାଠ ନପଢ଼ି ଗେମ୍ ଖେଳିଲେ ଭବିଷ୍ୟତ ନଷ୍ଟ ହୋଇଯିବ” ବୋଲି ତାଚ୍ଛଲ୍ୟ…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

୨୩ ଦିନରେ ବଦଳିବ ଭାଗ୍ୟ! ଗୁରୁ-ବୁଧଙ୍କ କୃପାରେ ଲାଭବାନ ହେବେ ୫ ରାଶି

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନକୁ ବେଶ୍ ଗୁରୁତ୍ୱ ଦିଆଯାଏ । ବିଶେଷକରି ଦେବଗୁରୁ ବୃହସ୍ପତି ବା ଗୁରୁ ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଆସିଲେ ଏହାର ପ୍ରଭାବ ରାଶିଚକ୍ରର…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ କପିଳ ଦେବ: କ୍ରିକେଟ୍‌ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୮।୧୦: କ୍ରିକେଟ ଜଗତରେ ପାଦ ଥାପିବା ପରଠାରୁ ନିଜ ପ୍ରତିଭାର ଝଲକ ଦେଖାଇ ଆସୁଛନ୍ତି ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀ। ବୟସ ମାତ୍ର ୧୫ ବର୍ଷ ହୋଇଥିବା…

ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ…

ମୃତ୍ୟୁ ପରେ ମୋତେ ଏମିତି କରିବ, କ’ଣ ଥିଲା ନାନା ପାଟେକରଙ୍କ ଶେଷ ଇଚ୍ଛା? ୨୦୨୩ରେ ପ୍ରକାଶ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ

ମୁମ୍ବାଇ,୮।୧୦: ବଲିଉଡରେ ଏପରି କିଛି ଅଭିନେତା ଅଛନ୍ତି ଯେଉଁମାନେ କେବଳ ପରଦାରେ ଚରିତ୍ର ରୂପାୟନ କରିବାଠାରୁ ଊର୍ଦ୍ଧ୍ୱକୁ ଯାଇ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?