Posted inଫୁରସତ

ଚଳନ୍ତା ଗାଡ଼ିରେ ଏପରି କରୁଥିଲେ ଯୁବକ: ଧରାପଡିବା ପରେ…

ଉତ୍ତର ପ୍ରଦେଶର ଫିରୋଜାବାଦ ଅଞ୍ଚଳର ଜଣେ ଯୁବକଙ୍କ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଯୁବକଜଣଙ୍କ ଚଳନ୍ତା କାରର ଛାତ ଉପରେ ଷ୍ଟଣ୍ଟ କରୁଥିବା ଦେଖିବାକୁ ମିଳୁଛି। ସେ କାରର ଛାତ ଉପରେ ପୁସ୍‌ ଅପ୍‌ କରୁଛନ୍ତି । ଉତ୍ତର ପ୍ରଦେଶ ପୋଲିସ ଏହି ଭିଡିଓକୁ ସୋସିଆଲ ମିଡିଆରେ ଶେୟାର କରିଛି। କ୍ୟାପଶନରେ ଲେଖିଛି, ‘କିଛି ପୁସ୍‌ଅପ୍‌ ଆପଣଙ୍କୁ କେବଳ ଆଇନ ଆଖିରେ ତଳକୁ ନେଇଯିବ। ସୁସ୍ଥ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ। ଯୁବକଙ୍କର ଚାଲାଣ କଟାଯାଇଛି ବୋଲି ସେ ଲେଖିଛନ୍ତି।

ପୋଲିସ ସୂଚନାନୁଯାୟୀ, ଟ୍ରାଫିକ ନିୟମ ଉଲ୍ଲଂଘନ କରିବା ଏବଂ ବିପଦପୂର୍ଣ୍ଣ ଷ୍ଟଣ୍ଟ କରିବା ପାଇଁ ଉକ୍ତ ଯୁବକଙ୍କ ବିରୋଧରେ ଫିରୋଜାବାଦ ପୋଲିସ ଦ୍ୱାରା ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପରେ ଉକ୍ତ ଯୁବକ ନିଜେ ବାପାଙ୍କ ସହିତ ପୋଲିସ ଷ୍ଟେଶନରେ ପହଞ୍ଚି ଭବିଷ୍ୟତରେ ଏପରି ଭୁଲ କେବେ ନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ।

ପୋଲିସ ସେହି ଯୁବକଙ୍କର ଏକ ଭିଡିଓ ମଧ୍ୟ ସେୟାର କରିଛି। ଭିଡିଓରେ ଯୁବକ କହୁଛନ୍ତି, ‘ମୋର ନାମ ଉଜ୍ଜଓ୍ବଲ ଯାଦବ ଏବଂ ମୁଁ ଏହି କାର ସହିତ ଏକ ବିପଦପୂର୍ଣ୍ଣ ଭିଡିଓ ତିଆରି କରିଥିଲି। ଯାହା ପରେ ଫିରୋଜବାଦ ପୋଲିସ ମୋର ଚାଲାଣ କାଟିଛି। ମୁଁ ମୋ ବାପାଙ୍କ ସହ ପୋଲିସ ପାଖକୁ ଆସିଥିଲି। ଭବିଷ୍ୟତରେ ମୁଁ ଆଉ ଏପରି ଭୁଲ କରିବି ନାହିଁ। ’

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ସ୍ଲିପର ଟ୍ରେନର ଟପ୍‌ ସ୍ପିଡ ଦେବ ରାଜନୈତିକ ଲାଭ! ଭାଜପାକୁ ୧୮୦ ଆସନରେ ମିଳିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନରେ, ମୋଦି ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି ଯେ ଦେଶର ପ୍ରଥମ...

New Year ୨୦୨୬: ନୂଆବର୍ଷର ପ୍ରଥମ ସନ୍ଧ୍ୟାରେ କରନ୍ତୁ ଏହି ବିଶେଷ ଉପଚାର, ଘରେ ଦେବୀ ଲକ୍ଷ୍ମୀଙ୍କ…

୨୦୨୬ ବର୍ଷ ଆରମ୍ଭ ହୋଇଛି। ଆଜି ନୂତନ ବର୍ଷର ପ୍ରଥମ ଦିନ। ସମସ୍ତେ ନିଜ ପରିବାର ଏବଂ ବନ୍ଧୁମାନଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଉଛନ୍ତି ।...

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...

ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍‌...

ନୂଆବର୍ଷରେ ଦେଶକୁ ବଡ଼ ଉପହାର, ଏହି ରୁଟରେ ଦୌଡ଼ିବ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ, ଜାଣନ୍ତୁ କେତେ ରହିବ ଭଡା

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ (ଜାନୁଆରୀ ୧) କେନ୍ଦ୍ରର ମୋଦି ସରକାର ଦେଶକୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ପ୍ରଦାନ କରିଛନ୍ତି। ରେଳ ମନ୍ତ୍ରଣାଳୟ ପ୍ରଥମ...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…

ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ  ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri