ଓଡ଼ିଶାରେ ପହଞ୍ଚିଲା ଉତ୍ତରପ୍ରଦେଶ ଆଳୁ ଗାଡ଼ି: ଏଣିକି କମିବ ରେଟ

ଭୁବନେଶ୍ୱର,୨।୧୧ ଓଡ଼ିଶାରେ ପହଞ୍ଚିଲା ଉତ୍ତରପ୍ରଦେଶ ଆଳୁ ଗାଡ଼ି। ଭୁବନେଶ୍ବର ଆଇଗିଣିଆ ଗୋଦାମରେ ୧୦ ଟ୍ରକ ଆଳୁ ଗାଡ଼ି ପହଞ୍ଚିଛି।
ଆହୁରି ଗାଡ଼ି ପହଞ୍ଚିବା ନେଇ ବ୍ୟବସାୟୀ ମହାସଂଘ ମହାସଚିବ ସୂଚନା ଦେଇଛନ୍ତି। ୬୦ରୁ ୭୦ ଟ୍ରକ ଆଳୁ ଗାଡ଼ି ପହଞ୍ଚିବା ପରେ ରେଟ କମିବା ସମ୍ଭାବନା ରହିଛି।

ପଶ୍ଚିମବଙ୍ଗ ସରକାର ଓଡ଼ିଶାକୁ ଆଳୁ ଗାଡ଼ି ଛାଡ଼ିବା ଲାଗି ମନା କରିବା ପରେ ରାଜ୍ୟରେ ବର୍ତ୍ତମାନ ସାଧାରଣ ଖାଉଟିଙ୍କ ହାଣ୍ଡିଶାଳ ଉପରେ ମାଡ଼ ହୋଇଛି। ଆଳୁ ଯୋଗାଣରେ ବାଧା ସୃଷ୍ଟି ହେବାପରେ ଖାଉଟିଙ୍କୁ ଅନେକ ସ୍ଥାନରେ ଏବେ ଆଳୁ କେଜି ୫୦ରୁ ୬୦ ଟଙ୍କାରେ କିଣିବାକୁ ପଡୁଛି, ଯାହାକୁ ନେଇ ସରକାର ମଧ୍ୟ ଚିନ୍ତାରେ ପଡ଼ିଛନ୍ତି। ତେବେ ଏଭଳି ସ୍ଥିତିରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି, ଉତ୍ତର ପ୍ରଦେଶରୁ ୩୦୦ ଟ୍ରକ୍‌ ଆଳୁ ଆସୁଛି। ସୋମବାର ସୁଦ୍ଧା ଏହି ଆଳୁ ଓଡ଼ିଶାରେ ପହଞ୍ଚିବ। ଫଳରେ ରାଜ୍ୟରେ ଆଉ ଆଳୁ ସଙ୍କଟ ରହିବନି ବୋଲି ମନ୍ତ୍ରୀ ପାତ୍ର କହିଛନ୍ତି।
ଏହା ସହିତ ମନ୍ତ୍ରୀ ପାତ୍ର ଅସାଧୁ ବ୍ୟବସାୟୀଙ୍କୁ ଚେତାବନୀ ଦେଇ କହିଛନ୍ତି, ଏବେ ଆଳୁ କିଲୋ ୩୫ ଟଙ୍କାରେ ବିକ୍ରି ହେଉଛି। କେଉଁଠି କେଉଁଠି ଅତି ବେଶିରେ ୪୦ ଟଙ୍କାରେ ବିକ୍ରି ହେଉଛି। ଏନଫୋର୍ସମେଣ୍ଟ ଟିମ୍‌ ଗଠନ କରାଯାଇଛି। ଯଦି କୌଣସି ବ୍ୟବସାୟୀ ଅଧିକ ଦରରେ ଆଳୁ ବିକ୍ରି କରିବେ, ତେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ମଙ୍ଗଳବାରଠୁ ପଶ୍ଚିମବଙ୍ଗର ଆଳୁ ବ୍ୟବସାୟୀମାନେ ଆନ୍ଦୋଳନ ଡାକରା ଦେଇଥିବା ବେଳେ ମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗରେ ବର୍ତ୍ତମାନ ୭ ଲକ୍ଷ ମେଟ୍ରିକ ଟନ୍‌ ଆଳୁ ଗଚ୍ଛିତ ଅଛି। ତାଙ୍କର ଚାହିଦା ଅତି ବେଶିରେ ୫ ଲକ୍ଷ ମେଟ୍ରିକ ଟନ୍‌ ହେବ। ତେଣୁ ବାକି ୨ ଲକ୍ଷ ମେଟ୍ରିକ ଟନ୍‌ ଆଳୁ ସେମାନେ ଅନ୍ୟ ରାଜ୍ୟକୁ ଦେଇପାରିବେ। ପଶ୍ଚିମବଙ୍ଗ ବ୍ୟବସାୟୀମାନେ ଓଡ଼ିଶାକୁ ଆଳୁ ପଠାଇବା ପାଇଁ ଚାହୁଁଛନ୍ତି। କାରଣ ବେଶି ଦିନ ଆଳୁ ରହିଲେ ପଚିଯିବ। କିନ୍ତୁ ପଶ୍ଚିମବଙ୍ଗ ସରକାର ଅନୁମତି ଦେଉ ନ ଥିବାରୁ ବ୍ୟବସାୟୀ କ୍ଷତି ସହିବେ। ସେଥିପାଇଁ ପଶ୍ଚିମବଙ୍ଗର ଆଳୁ ବ୍ୟବସାୟୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଭାରତ ଏକ ଗଣତାନ୍ତ୍ରିକ ରାଷ୍ଟ୍ର। ଯେଉଁ ରାଜ୍ୟରେ ଯାହାସବୁ ସାମଗ୍ରୀ ଅଧିକ ଉତ୍ପାଦନ ହୁଏ, ସେ ରାଜ୍ୟ ଅନ୍ୟ ରାଜ୍ୟକୁ ରପ୍ତାନି କରେ। ହେଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଦ୍ୱାରା ଏହି ଭଲ ବାତାବରଣ ଉପରେ ଭଟ୍ଟା ପଡୁଛି। ଅନ୍ୟ ରାଜ୍ୟକୁ ଆଳୁ ଦେବେନି ବୋଲି ସେ ଯେଉଁ ନିଷ୍ପତ୍ତି ନେଇଛନ୍ତି, ତାହା ଠିକ୍‌ ନୁହେଁ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସବୁ ରାଜ୍ୟ ପ୍ରତି ସମଭାବନା ରଖିବା ଦରକାର ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ରାଜ୍ୟରେ ବଢ଼ିଚାଲିଛି ପ୍ରଦୂଷଣ ମାତ୍ରା, ଲୋକେ ଅଣନିଃଶ୍ୱାସୀ

ଭୁବନେଶ୍ୱର,୨୯ା୧୨(ରବିନାରାୟଣ ଜେନା): ରାଜ୍ୟରେ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ନେଇ ଜନସାଧାରଣ ଏବେ ବହୁବିଧ ସମସ୍ୟାରେ ପଡ଼ିଲେଣି। କେଉଁଠି ଯକ୍ଷ୍ମା ଭଳି ରୋଗ...

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri