Posted inଜାତୀୟ

ଅନ୍ତର୍ଜାତୀୟ ବିମାନ ବନ୍ଦର ସଂଖ୍ୟାରେ ବି ଉତ୍ତରପ୍ରଦେଶ ଏକ ନମ୍ବର ସ୍ଥାନରେ…

ଲକ୍ଷ୍ନୌ,୨୩।୧୧: ଉତ୍ତରପ୍ରଦେଶର ଜଓ୍ବେର ବିମାନ ବନ୍ଦରର ଭିତ୍ତିପ୍ରସ୍ତର ସ୍ଥାପନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନଭେମ୍ବର ୨୫ରେ କରିବେ। ଏହା ରାଜ୍ୟର ପଞ୍ଚମ ଅନ୍ତର୍ଜାତୀୟ ବିମାନବନ୍ଦର ହେବ। ପୂର୍ବରୁ ଏକ୍ସପ୍ରେସ୍‌ ଓ୍ବେ ନିର୍ମାଣରେ ଉତ୍ତରପ୍ରଦେଶ ଆଗରେ ଥିଲା। ଏବେ ବିମାନବନ୍ଦର କ୍ଷେତ୍ରରେ ମଧ୍ୟ ରାଜ୍ୟ ଦେଶରେ ଏକ ନମ୍ବର ସ୍ଥାନରେ ରହିବ। ରାଜ୍ୟରେ ସର୍ବାଧିକ ସଂଖ୍ୟକ ଏକ୍ସପ୍ରେସ-ୱେ ନିର୍ମିତ ହୋଇଛି। ନିକଟରେ ପ୍ରଧାନମନ୍ତ୍ରୀ କୁଶୀନଗର ଅନ୍ତର୍ଜାତୀୟ ବିମାନବନ୍ଦରର ଲୋକାର୍ପଣ କରିଛନ୍ତି।

ସେହିପରି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଅଯୋଧ୍ୟାରେ ଅନ୍ତର୍ଜାତୀୟ ବିମାନବନ୍ଦରର କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅଦ୍ୟାବଧି ରାଜ୍ୟରେ କେବଳ ଲକ୍ଷ୍ନୌ ଏବଂ ବାରାଣାସୀ ବିମାନବନ୍ଦର ଅନ୍ତର୍ଜାତୀୟ ମାନ୍ୟତା ପାଇଛି।

ସମଗ୍ର ଦିଲ୍ଲୀ ଏନସିଆର ସହିତ ଆଗ୍ରା, ମଥୁରା, ଆଲିଗଡ ଏବଂ ମେରଟ ପରି ନିକଟବର୍ତ୍ତୀ ଜିଲା ଜଓ୍ବେର ବିମାନବନ୍ଦର ଯୋଗୁ ଲାଭାନ୍ବିତ ହେବେ। ଏହି ବିମାନବନ୍ଦର ନିର୍ମାଣ ପରେ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ଉପରେ ଚାପ ହ୍ରାସ ପାଇବ ବୋଲି କୁହାଯାଉଛି।

ଉତ୍ତରପ୍ରଦେଶରେ ଦେଶର ସର୍ବାଧିକ ଏକ୍ସପ୍ରେସ-ୱେ ରହିଛି। ସେଗୁଡିକ ହେଉଛି, ପୂର୍ବାଞ୍ଚଳ ଏକ୍ସପ୍ରେସ-ୱେ, ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ-ୱେ ଏବଂ ଯମୁନା ଏକ୍ସପ୍ରେସ-ୱେ। ଏହା ସହିତ ବୁନ୍ଦେଲଖଣ୍ଡ ଏକ୍ସପ୍ରେସୱେ, ଗଙ୍ଗା ଏକ୍ସପ୍ରେସ-ୱେ ଏବଂ ଗୋରଖପୁର ଲିଙ୍କ ଏକ୍ସପ୍ରେସ-ୱେରେ କାମ ଚାଲିଛି। ଫଳରେ ଆସନ୍ତା କିଛି ବର୍ଷ ମଧ୍ୟରେ ରାଜ୍ୟରେ ମୋଟ ୬ ଟି ଏକ୍ସପ୍ରେସ-ୱେ କାର୍ଯ୍ୟକ୍ଷମ ହୋଇପାରିବ।

ଅପରପକ୍ଷରେ ଦିଲ୍ଲୀ-ମେରଟ ଏକ୍ସପ୍ରେସ-ୱେର ଏକ ବଡ଼ ଅଂଶ ଉତ୍ତରପ୍ରଦେଶରେ ରହିଛି। ଏହା ରାଜ୍ୟର ଗାଜିଆବାଦ, ହାପୁର ଏବଂ ମେରଟ ଆଦି ଜିଲାକୁ ସଂଯୋଗ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri