ଉତ୍ତରପ୍ରଦେଶର ୫ ସହରରେ ଜାରି ହେବନି ଲକ୍‌ଡାଉନ୍‌: ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୦।୪: ଉତ୍ତରପ୍ରଦେଶର ୫ ସହରରେ ଜାରି ହେବନି ଲକ୍‌ଡାଉନ୍‌। ଏନେଇ ମଙ୍ଗଳବାର ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ପୂର୍ବରୁ ଆହ୍ଲାବାଦ୍‌ ହାଇକୋର୍ଟ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଲକ୍ଷ୍ନୌ, ବରାଣାସୀ, କାନପୁର ନଗର, ପ୍ରୟାଗରାଜ ଏବଂ ଗୋରଖପୁରରେ ଲକ୍‌ଡାଉନ୍‌ ଜାରି କରିବାକୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ଦ୍ୱାରା ରାଜ୍ୟରେ ଜୀବନଜୀବିକା କ୍ଷେତ୍ରରେ ସଙ୍କଟ ସୃଷ୍ଟି ହେବା ଦର୍ଶାଇ ଯୋଗୀ ସରକାର ହାଇକୋର୍ଟଙ୍କ ରାୟ ବିରୋଧରେ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହାର ବିଚାର କରି ସୁପ୍ରିମ୍‌କୋର୍ଟ ହାଇକୋର୍ଟଙ୍କ ରାୟ ଉପରେ ରୋକ ଲଗାଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଥିଲେ ଯେ, ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ତେଣୁ ଲକ୍‌ଡାଉନ୍‌ ଏହାର ଏକମାତ୍ର ବିକଳ୍ପ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri