Posted inଜାତୀୟ

ଯୁବତୀଙ୍କୁ ଗଣବଳାତ୍କାର, ଲିଫ୍ଟ ଦେବା କହି ଚଳନ୍ତା କାର୍‌ ଭିତରେ…

ନୂଆଦିଲ୍ଲୀ,୨୯।୧: ଉତ୍ତରାଖଣ୍ଡର ଉଧମ ସିଂ ନଗର ଜିଲା ମୁଖ୍ୟାଳୟ ରୁଦ୍ରପୁରରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବତୀଙ୍କୁ ଚଳନ୍ତା କାରରେ ଲିଫ୍ଟ ଦେବା ଏବଂ ପରେ ଗଣବଳାତ୍କାର କରାଯିବା ଘଟଣା ସମଗ୍ର ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୀଡିତାଙ୍କ ଅଭିଯୋଗ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ପୋଲିସ ଉଭୟ ଅଭିଯୁକ୍ତଙ୍କୁ ଗିରଫ କରି ଜେଲ୍‌କୁ ପଠାଇ ଦେଇଛି।

ରୁଦ୍ରପୁରର ଟ୍ରାଞ୍ଜିଟ କ୍ୟାମ୍ପ ପୋଲିସ ଷ୍ଟେଶନ ଅଞ୍ଚଳରେ ଏହି ଘଟଣା ଘଟିଛି। ପୋଲିସକୁ ଦେଇଥିବା ଅଭିଯୋଗରେ ପୀଡିତା କହିଛନ୍ତି ଯେ ସେ କାମ କରିବାକୁ ଯିବା ପାଇଁ ରାସ୍ତା କଡ଼ରେ ଠିଆ ହୋଇଥିଲେ। ସେହି ସମୟରେ ଦୁଇଜଣ ଯୁବକ ଏକ କାର୍‌ରେ ଆସିଥିଲେ, ସେମାନେ ତାଙ୍କୁ ତାଙ୍କ କମ୍ପାନୀରେ ଛାଡିବାକୁ କହିଥିଲେ । ହେଲେ ଅଭିଯୁକ୍ତମାନେ ତାଙ୍କୁ କମ୍ପାନୀକୁ ନେବା ପରିବର୍ତ୍ତେ ତାଙ୍କୁ ଚଳନ୍ତା କାର୍‌ରେ ଗଣବଳାତ୍କାର କରିଥିଲେ। ଘଟଣା ପରେ, ସେମାନେ ତାଙ୍କୁ ସିଡକୁଲ ଅଞ୍ଚଳରେ ଛାଡି ପଳାଇ ଯାଇଥିଲେ। ପୀଡିତା ସାହସ ପ୍ରଦର୍ଶନ କରି ପୋଲିସ ସହିତ ଯୋଗାଯୋଗ କରି ଘଟଣା ବିଷୟରେ ଜଣାଇଥିଲେ। ପୀଡିତାଙ୍କ ଅଭିଯୋଗକୁ ଆଧାର କରି ଟ୍ରାଞ୍ଜିଟ କ୍ୟାମ୍ପ କୋତୱାଲି ପୋଲିସ ତୁରନ୍ତ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri