ଉତ୍ତରାଖଣ୍ଡରେ କେଉଁ ହେଭିଓ୍ବେଟ୍‌ ନେତା ହାରିଲେ ଆଉ କିଏ ଜିତିଲେ ଜାଣନ୍ତୁ

ଡେରାଡୁନ,୧୦ା୩: ଉତ୍ତରପ୍ରଦେଶ ନିର୍ବାଚନ ଫଳାଫଳ ଆଜି ଅର୍ଥାତ୍‌ ମାର୍ଚ୍ଚ ୧୦ରେ ଗଣନା ଚାଲିଛି। ଏ ପର୍ଯ୍ୟନ୍ତ ଆସିଥିବା ଫଳାଫଳ ଏବଂ ଟ୍ରେଣ୍ଡରେ ପୁଣିଥରେ ଭାଜପା ସରକାର ଗଠନ କରିବ ବୋଲି ସ୍ପଷ୍ଟ ହୋଇଗଲାଣି।  ନିର୍ବାଚନ ଫଳାଫଳରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଏବଂ ହରିଶ ରାଓ୍ବତଙ୍କ ପରି ଅନେକ ଭେଟେରାନ ନେତା ହାରିଯାଇଛନ୍ତି।

ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ:

ଭାଜପାର ପୁଷ୍କର ସିଂ ଧାମି ଖତିମା ଆସନରୁ ହାରିଯାଇଛନ୍ତି। ଭାଜପାର ମଦନ କୌଶିକ୍‌ ହରିଦ୍ୱାର ଆସନରୁ ଜିତିଛନ୍ତି।କଂଗ୍ରେସର ହରିଶ ରାଓ୍ବତ ଲାଲକୁଆଁ ଆସନରୁ ହାରିଛନ୍ତି। ହରିଶ ରାଓ୍ବତଙ୍କ ଝିଅ ଅନୁପମା ରାଓ୍ବତ ମଧ୍ୟ ହାରିଛନ୍ତି।କୋଟୱାର୍‌ ଆସନରୁ ଭାଜପାର ରିତୁ ଖଣ୍ଡୁରୀ ଜିତିଛନ୍ତି। କଂଗ୍ରେସର ବିକ୍ରମ ସିଂ ନେଗି ପ୍ରତାପନଗର ଆସନରୁ ଜିତିଛନ୍ତି। ଭାଜପାର ଅରବିନ୍ଦ ପାଣ୍ଡେ ଉଦାମସିଂନଗରର ଗଡ଼ରପୁର ଆସନରୁ ଜିତିଛନ୍ତି। କଂଗ୍ରେସର ସୁମିତ ହୃଦୟେଶ ହଲଦ୍ୱାନି ଆସନରୁ ଜିତିଛନ୍ତି। କଂଗ୍ରେସର ଯଶପାଲ ଆର୍ଯ୍ୟ ବାଜପୁର ଆସନରୁ ଜିତିଛନ୍ତି। ସୀତାରଗଞ୍ଜ ଆସନରୁ ଭାଜପାର ସୌରଭ ବାହୁଗୁଣା ଜିତିଛନ୍ତି। ନୈନତାଲର କାଲାଡୁଙ୍ଗି ଆସନରୁ ଭାଜପାର ବଂଶୀଧର ଭଗତ ବି ଜିତିଛନ୍ତି।

ସୂଚନାଯୋଗ୍ୟ, ଫେବୃୟାରୀ ୧୪ରେ ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଉତ୍ତରାଖଣ୍ଡ ବିଧାନସଭାର ସମସ୍ତ ୭୦ଟି ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏଠାରେ ୬୫.୪ ପ୍ରତିଶତ ଭୋଟ୍‌ ରେକର୍ଡ କରାଯାଇଥିଲା, ଯାହା ୨୦୧୭ ବର୍ଷ ତୁଳନାରେ ସାମାନ୍ୟ କମ୍‌ ଥିଲା। ୨୦୧୭ ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନରେ ୬୫.୬% ମତଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri