Posted inଜାତୀୟ

ଚମ୍ପାଓ୍ବତ୍‌ ଆସନରୁ ଲଢ଼ିପାରନ୍ତି ମୁଖ୍ୟମନ୍ତ୍ରୀ ଧାମି

ଡେରାଡୁନ୍‌,୪।୪: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଚମ୍ପାଓ୍ବତ୍‌ ଆସନରୁ ଉପନିର୍ବାଚନ ଲଢ଼ିପାରନ୍ତି ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି। ସେ ଦିଦିହାଟ ଆସନରୁ ଲଢ଼ିବା ନେଇ ଆଲୋଚନା ହେଉଥିଲା। ତେବେ ଉକ୍ତ ଆସନରୁ ବିଧାୟକ ଥିବା ବିଶନ ସିଂ ଚୁଫାଲଙ୍କ ସହ ମତଭେଦ ଯୋଗୁ ଯୋଜନାରେ ପରିବର୍ତ୍ତନ କରାଯାଇଛି। ଚମ୍ପାଓ୍ବତ ଆସନର ଟ୍ରାକ୍‌ ରେକର୍ଡ ଭଲ ରହିଛି। ସେଠାରୁ ବିଧାୟକ ଥିବା କୈଳାସ ଗେହତୋରି ମୁଖ୍ୟମନ୍ତ୍ରୀଙ୍କ ପାଇଁ ଆସନ ଖାଲି କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ସେ ଏ ସମ୍ପର୍କରେ ପ୍ରଥମେ ଘୋଷଣା କରିଥିଲେ। ଗତ ନିର୍ବାଚନରେ ଧାମି ଖାତିମା ଆସନରୁ ଲଢ଼ି ହାରିଯାଇଥିଲେ। ତାଙ୍କୁ ପୁନର୍ବାର ମୁଖ୍ୟମନ୍ତ୍ରୀ କରିବା ପାଇଁ ଭାଜପା କେନ୍ଦ୍ରୀୟ ନେତୃତ୍ୱ ନିଷ୍ପତ୍ତି ନେଇଥିଲା। ସାମ୍ବିଧାନିକ ବ୍ୟବସ୍ଥା ଅନୁଯାୟୀ ତାଙ୍କୁ ମୁଖ୍ୟମନ୍ତ୍ରୀ ହେବାର ୬ ମାସ ମଧ୍ୟରେ ବିଧାନସଭାକୁ ନିର୍ବାଚିତ ହେବାକୁ ପଡ଼ିବ। ଶୁକ୍ରବାର ଧାମି ଚମ୍ପାଓ୍ବତ ଜିଲାର ବନବସା ସହରରେ ଏକ ସଭାକୁ ଉଦ୍‌ବୋଧନ ଦେବା ବେଳେ ଜିଲାବାସୀଙ୍କ ପାଇଁ ତାଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ରହିଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri