ନିଜ ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ: ପନ୍ତଙ୍କ ଜୀବନ ରକ୍ଷା କରିଥିବା ଦେବଦୂତ ହେଲେ ସମ୍ମାନିତ

ଡେରାଡୁନ,୨୬।୧: ଟିମ୍‌ ଇଣ୍ଡିଆର ଉଇକେଟ କିପର ତଥା ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଗତ ଡିସେମ୍ବରରେ ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିଲେ। ସେହି ସମୟରେ ଜଣେ ବସ୍‌ ଡ୍ରାଇଭର ଓ କଣ୍ଡକ୍ଟର ଦେବଦୂତ ସାଜିି ରିଷଭ ପନ୍ତଙ୍କ ଜୀବନ ରକ୍ଷା କରିଥିଲେ। ଏଥିସହ ଗୁରୁତର ଭାବେ ତାଙ୍କୁ ଉଦ୍ଧାର କରି ଡେରାଡୁନର ମ୍ୟାକ୍ସ ହସ୍ପିଟାଲରେ ଚିକିତ୍ସା କରାଇଥିଲେ। ତେବେ ତାଙ୍କର ଏହି ମହାନ୍‌ କାର୍ଯ୍ୟ ପାଇଁ ଗୁରୁବାର ସାଧାରଣତନ୍ତ୍ର ଦିବସ ଅବସରରେ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ବସ୍‌ ଡ୍ରାଇଭର ସୁଶୀଲ କୁମାର ଓ କଣ୍ଡକ୍ଟର ପରମଜୀତଙ୍କୁ ସମ୍ମାନିତ କରିଛନ୍ତି। ସୁଶୀଲଙ୍କ ସ୍ତ୍ରୀ ଋତୁ ଏବଂ ପରମଜୀତଙ୍କ ବାପା ସୁରେଶ କୁମାର ଏହି ସମ୍ମାନ ଗ୍ରହଣ କରିଥିଲେ। ଏଥିସହ ମୁଖ୍ୟମନ୍ତ୍ରୀ ଧାମି ରଜତ କୁମାର ଓ ନୀଶୁ କୁମାରଙ୍କୁ ମଧ୍ୟ ସମ୍ମାନିତ କରିଛନ୍ତି। ଦୁର୍ଘଟଣା ଦିନ ଏହି ଦୁଇ ଜଣଙ୍କ ଭୂମିକା ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ରହିଥିଲା। ସୂଚନାଯୋଗ୍ୟ, ରିଷଭ ପନ୍ତ ଉତ୍ତରାଖଣ୍ଡର ରୁର୍କୀ ଯାଉଥିବା ବେଳେ ଦିଲ୍ଲୀ-ଡେରାଡୁନର ରାଜରାସ୍ତାରେ ତାଙ୍କ କାର ଡିଭାଇଡରରେ ପିଟି ହୋଇଯାଇଥିଲା। ଏହାପରେ ତାଙ୍କ କାରରେ ନିଆଁ ଲାଗିଯାଇଥିଲା। ସେହି ସମୟରେ ସୁଶୀଲ କୁମାର ଓ ପରମଜୀତ ତାଙ୍କୁ କାର୍‌ରୁ ବାହାରିବାକୁ ସାହାଯ୍ୟ କରିଥିଲେ। ସେହିପରି ରଜତ ଓ ନୀଶୁ ରିଷଭଙ୍କ ସମସ୍ତ ଜିନିଷ ଓ ଟଙ୍କାକୁ ଜଳୁଥିବାର କାର୍‌ରୁ ବାହାର କରିଥିଲେ। ଏହାପରେ ସେମାନେ ପନ୍ତଙ୍କ ସମସ୍ତ ଜିନିଷକୁ ପୋଲିସକୁ ହସ୍ତାନ୍ତର କରିଥିଲେ। ପନ୍ତଙ୍କୁ ଗୁରୁତର ଭାବେ ଉଦ୍ଧାର କରି ପ୍ରଥମେ ଡେରାଡୁନର ମ୍ୟାକ୍ସ ହସ୍ପିଟାଲ ଓ ପରେ ମୁମ୍ବାଇ ସ୍ଥିତ କୋକିଲା ବେନ ହସ୍ପିଟାଲକୁ ତାଙ୍କୁ ସ୍ଥାନାନ୍ତରିତ କରାଯାଇଥିଲା। ଯେଉଁଠାରେ ତାଙ୍କର ଚଳିତ ମାସରେ ସର୍ଜରୀ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri