ନିଜ ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ: ପନ୍ତଙ୍କ ଜୀବନ ରକ୍ଷା କରିଥିବା ଦେବଦୂତ ହେଲେ ସମ୍ମାନିତ

ଡେରାଡୁନ,୨୬।୧: ଟିମ୍‌ ଇଣ୍ଡିଆର ଉଇକେଟ କିପର ତଥା ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଗତ ଡିସେମ୍ବରରେ ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିଲେ। ସେହି ସମୟରେ ଜଣେ ବସ୍‌ ଡ୍ରାଇଭର ଓ କଣ୍ଡକ୍ଟର ଦେବଦୂତ ସାଜିି ରିଷଭ ପନ୍ତଙ୍କ ଜୀବନ ରକ୍ଷା କରିଥିଲେ। ଏଥିସହ ଗୁରୁତର ଭାବେ ତାଙ୍କୁ ଉଦ୍ଧାର କରି ଡେରାଡୁନର ମ୍ୟାକ୍ସ ହସ୍ପିଟାଲରେ ଚିକିତ୍ସା କରାଇଥିଲେ। ତେବେ ତାଙ୍କର ଏହି ମହାନ୍‌ କାର୍ଯ୍ୟ ପାଇଁ ଗୁରୁବାର ସାଧାରଣତନ୍ତ୍ର ଦିବସ ଅବସରରେ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ବସ୍‌ ଡ୍ରାଇଭର ସୁଶୀଲ କୁମାର ଓ କଣ୍ଡକ୍ଟର ପରମଜୀତଙ୍କୁ ସମ୍ମାନିତ କରିଛନ୍ତି। ସୁଶୀଲଙ୍କ ସ୍ତ୍ରୀ ଋତୁ ଏବଂ ପରମଜୀତଙ୍କ ବାପା ସୁରେଶ କୁମାର ଏହି ସମ୍ମାନ ଗ୍ରହଣ କରିଥିଲେ। ଏଥିସହ ମୁଖ୍ୟମନ୍ତ୍ରୀ ଧାମି ରଜତ କୁମାର ଓ ନୀଶୁ କୁମାରଙ୍କୁ ମଧ୍ୟ ସମ୍ମାନିତ କରିଛନ୍ତି। ଦୁର୍ଘଟଣା ଦିନ ଏହି ଦୁଇ ଜଣଙ୍କ ଭୂମିକା ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ରହିଥିଲା। ସୂଚନାଯୋଗ୍ୟ, ରିଷଭ ପନ୍ତ ଉତ୍ତରାଖଣ୍ଡର ରୁର୍କୀ ଯାଉଥିବା ବେଳେ ଦିଲ୍ଲୀ-ଡେରାଡୁନର ରାଜରାସ୍ତାରେ ତାଙ୍କ କାର ଡିଭାଇଡରରେ ପିଟି ହୋଇଯାଇଥିଲା। ଏହାପରେ ତାଙ୍କ କାରରେ ନିଆଁ ଲାଗିଯାଇଥିଲା। ସେହି ସମୟରେ ସୁଶୀଲ କୁମାର ଓ ପରମଜୀତ ତାଙ୍କୁ କାର୍‌ରୁ ବାହାରିବାକୁ ସାହାଯ୍ୟ କରିଥିଲେ। ସେହିପରି ରଜତ ଓ ନୀଶୁ ରିଷଭଙ୍କ ସମସ୍ତ ଜିନିଷ ଓ ଟଙ୍କାକୁ ଜଳୁଥିବାର କାର୍‌ରୁ ବାହାର କରିଥିଲେ। ଏହାପରେ ସେମାନେ ପନ୍ତଙ୍କ ସମସ୍ତ ଜିନିଷକୁ ପୋଲିସକୁ ହସ୍ତାନ୍ତର କରିଥିଲେ। ପନ୍ତଙ୍କୁ ଗୁରୁତର ଭାବେ ଉଦ୍ଧାର କରି ପ୍ରଥମେ ଡେରାଡୁନର ମ୍ୟାକ୍ସ ହସ୍ପିଟାଲ ଓ ପରେ ମୁମ୍ବାଇ ସ୍ଥିତ କୋକିଲା ବେନ ହସ୍ପିଟାଲକୁ ତାଙ୍କୁ ସ୍ଥାନାନ୍ତରିତ କରାଯାଇଥିଲା। ଯେଉଁଠାରେ ତାଙ୍କର ଚଳିତ ମାସରେ ସର୍ଜରୀ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri