Posted inଜାତୀୟ

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର

ଡେରାଡୁନ,୧୨ ।୨: କର୍ନାଟକର ଉଡୁପି ଜିଲାରେ ହିଜାବ ବିବାଦ ପରେ ଏବେ ଉତ୍ତରାଖଣ୍ଡରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ବୟାନ ସାମ୍ନାକୁ ଆସିଛି । ଧାମି କହିଛନ୍ତି ଆମେ ସରକାର ଗଢିଲେ ଶପଥ ଗ୍ରହଣ କରୁକରୁ ‘ୟୁନିଫର୍ମ ସିଭିଲ କୋଡ’ର ଡ୍ରାପ୍ଟ ପ୍ରସ୍ତୁତ କରିବୁ । ସୂଚନାଯୋଗ୍ୟ, କର୍ନାଟକର ହିଜାବ ବିବାଦ ଏବେ ରାଜନୈତିକ ମୋଡ ନେବାକୁ ଯାଉଛି । ଏହାକୁ ନେଇ ସବୁ ରାଜନୈତିକ ଦଳର ନେତାମାନେ ଭିନ୍ନ ଭିନ୍ନ ମତ ଦେବା ଆରମ୍ଭ କଲେଣି । ତେବେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର । ମୁଖ୍ୟମନ୍ତ୍ରୀ ଧାମି ଶପଥ ଗ୍ରହଣ କରିବା ପରେ ପରେ ‘ୟୁନିଫର୍ମ ସିଭିଲ କୋଡ’ର ଡ୍ରାପ୍ଟ ପ୍ରସ୍ତୁତ କରିବା କଥା କହିଥିବାରୁ ଏଭଳି ପଦକ୍ଷେପକୁ ଠାକୁର ଖୁବ୍ ପ୍ରଶଂସା କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଉତ୍ତରାଖଣ୍ଡର ସାଂସ୍କୃତିକ-ଆଧ୍ୟାତ୍ମିକ ପରିବେଶକୁ ରକ୍ଷା କରିବାକୁ ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ଶପଥ ଗ୍ରହଣ କରିବା ପରେ ପରେ ତୁରନ୍ତ ଏକ କମିଟି କଠନ କରି ‘ୟୁନିଫର୍ମ ସିଭିଲ କୋଡ’ର ଡ୍ରାପ୍ଟ ପ୍ରସ୍ତୁତ କରିବେ । ଯେଉଁଥିରେ ସମସ୍ତ ନାଗରିକଙ୍କ ପାଇଁ ସମାନ ଆଇନ ରହିବ, ସେ ଯେଉଁ ଧର୍ମରେ ବିଶ୍ୱାସ ରଖୁଥାଆନ୍ତୁ ନା କାହିଁକି ।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri