Posted inଜାତୀୟ

ଉତ୍ତରାଖଣ୍ଡ ହିମସ୍ଖଳନ: ୧୦ ଜୀବନ ଗଲା, ୧୦୦ ନିଖୋଜ

ଚମୋଲି,୭।୨: ଉତ୍ତରାଖଣ୍ଡର ଚମୋଲି ଜିଲାରେ ବଡ ହିମସ୍ଖଳନ ହୋଇଛି। ଏଥିରେ ୧୦ଜଣଙ୍କ ଜୀବନ ଯାଇଥିବାବେଳେ ୧୦୦ରୁ ଅଧିକ ଜଣ ଏପର୍ଯ୍ୟନ୍ତ ନିଖୋଜ ଅଛନ୍ତି। ବରଫ ଅତଡା ଖସିବାରୁ ତପୋବନ ଟନେଲ ବ୍ଲକ ହୋଇଯାଇଥିଲା। ସେଠାରେ ପାଖାପାଖି ୧୫ହଜାର ଶ୍ରମିକ ଫସି ଯାଇଥିଲେ। ସେମାନଙ୍କୁ ଉଦ୍ଧାର କରିବା ପାଇଁ ଏନ୍‌ଡିଆର୍‌ଏଫ୍‌ ଘଟଣାସ୍ଥଳରେ ପହଞ୍ଚିଛି। ସୂଚନାଯୋଗ୍ୟ, ବରଫ ଅତଡା ଖସି ଧୌଳି ଗଙ୍ଗା ନଦୀରେ ଭୟଙ୍କର ବନ୍ୟା ପରିସ୍ଥିତି ଉପଜୁଛି। ଫଳରେ ନିକଟରେ ଥିବା ଋଷିଗଙ୍ଗା ଜଳ ବିଦ୍ୟୁତ ପ୍ରକଳ୍ପ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି। ମାଟି ପାଣି ପସିବା ଯୋଗୁ ପ୍ରକଳ୍ପରେ କାର୍ଯ୍ୟ କରୁଥିବା ଅନେକ ଶ୍ରମିକ ନିଖୋଜ ହେବାର ଆଶଙ୍କା ରହିଛି। ଅଧିକାରୀ କହିଛନ୍ତି ଯେ ଉତ୍ତରାଖଣ୍ଡର ଧୌଲି ଗଙ୍ଗା ନଦୀରେ ପ୍ରବଳ ବନ୍ୟା ଆସିବା ପରେ ବିଦ୍ୟୁତ ପ୍ରକଳ୍ପରେ କାର୍ଯ୍ୟ କରୁଥିବା ପ୍ରାୟ ୧୦୦ରୁ ୧୫୦ କର୍ମଚାରୀ ନିଖୋଜ ଅଛନ୍ତି। ଘଟଣାସ୍ଥଳରେ ଆଟିବିପିର ୧୦୦ ଜଣ ଯବାନ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ତଳିଆ ଅଞ୍ଚଳ ଲୋକଙ୍କୁ ଖାଲି କରାଯିବା ସହ ହରିଦ୍ୱାର, ଶ୍ରୀନଗର ଏବଂ ଋଷିକେଶ, ଜୋଶୀମଠରେ ହାଇ ଅଲର୍ଟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri