ଉତ୍ତରକାଶୀସ୍ଥିତ ଜଗନ୍ନାଥ ମନ୍ଦିରର ଉନ୍ନତୀକରଣ କରିବେ ଉତ୍ତରାଖଣ୍ଡ ସରକାର

ଭୁବନେଶ୍ବର, ୧୧ା୭(ସୁନିତ୍‌ ମିଶ୍ର):ଉତ୍ତରାଖଣ୍ଡ ଉତ୍ତରକାଶୀସ୍ଥିତ ସାଲଡ ଗ୍ରାମରେ ପାହାଡ଼ ଉପରେ ଆଢୁଆଳ ଅବସ୍ଥାରେ ଥିବା ଜଗନ୍ନାଥ ମନ୍ଦିରର ରକ୍ଷଣାବେକ୍ଷଣ ଓ ଉନ୍ନତି କାର୍ଯ୍ୟ ନେଇ ସୋମବାର ଭିଡିଓ କନଫରେନ୍ସ ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉକ୍ତ ଶ୍ରୀଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା ଓ ନୀତିକାନ୍ତି ସୁଚାରୁରୂପେ ହେବା ସହ ମନ୍ଦିର ସୌନ୍ଦର୍ଯ୍ୟକରଣ ହେବ। ଉତ୍ତରାଖଣ୍ଡ ସରକାରଙ୍କ ମନ୍ଦିର ସୌନ୍ଦର୍ଯ୍ୟକରଣ ଯୋଜନାରେ ସେହି ମନ୍ଦିରକୁ ସାମିଲ କରିବା ପାଇଁ ପୁଷ୍କର ସିଂ ପ୍ରତିଶ୍ରୁତି ଦେଇଛନ୍ତି। ଓଡ଼ିଆଙ୍କ ଆରାଧ୍ୟ ଦେବତା ଶ୍ରୀଜଗନ୍ନାଥଙ୍କ ମନ୍ଦିରର ବିକାଶ ପାଇଁ ତୁରନ୍ତ ଅନୁରୋଧ ରକ୍ଷା କରିଥିବାରୁ ଧର୍ମେନ୍ଦ୍ର ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ସହ ମହାପ୍ରଭୁଙ୍କ ଦର୍ଶନ କରିବା ପାଇଁ ପୁରୀ ଆସିବାକୁ ନିମନ୍ତ୍ରଣ କରିଛନ୍ତି।
ଧର୍ମେନ୍ଦ୍ର କହିଛନ୍ତି ଯେ, ଓଡ଼ିଆ ଲୋକଙ୍କ ଆଗ୍ରହ ଏବଂ ମହାପ୍ରଭୁଙ୍କ ଇଚ୍ଛା ଯୋଗୁ ଏହା ସମ୍ଭବ ହୋଇପାରିଛି। ଉତ୍ତରାକାଶୀରେ ଥିବା ଏହି ଜଗନ୍ନାଥ ଧାମ ଉତ୍ତରାଖଣ୍ଡ ଏବଂ ଓଡ଼ିଶାର ସାଂସ୍କୃତିକ ଓ ଆଧ୍ୟାତ୍ମିକ ସମ୍ପର୍କକୁ ମଜଭୁତ କରିବା ସହ ଏକ ଭାରତ, ଶ୍ରେଷ୍ଠ ଭାରତର ପ୍ରତୀକ ହେବ। ପର୍ଯ୍ୟଟନ କ୍ଷେତ୍ରରେ ମଧ୍ୟ ଅଭିବୃଦ୍ଧି ଘଟିବ। ଏହି ମନ୍ଦିରକୁ ଲୋକଲୋଚନକୁ ଆଣିଥିବାରୁ ଶ୍ରୀମନ୍ଦିରର ସେବାୟତ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର, ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତାଙ୍କୁ ସେ ସାଧୁବାଦ ଜଣାଇଛନ୍ତି। ଘଟଣା ଅନୁସାରେ, ଗତବର୍ଷ ପୁରୀ ଶ୍ରୀମନ୍ଦିରର ସେବାୟତ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର ତାଙ୍କ ଝିଅକୁ ଉତ୍ତରାଖଣ୍ଡର ଡେରାଡୁନରେ ଏକ ଶିକ୍ଷାନୁଷ୍ଠାନରେ ନାମ ଲେଖାଇବା ପାଇଁ ସେଠାକୁ ଯାଇଥିଲେ। ସେଠାରେ ସେ ଶ୍ରୀଜଗନ୍ନାଥ ମନ୍ଦିରର ଅନ୍ବେଷଣରେ ଯାଇ ଉତ୍ତରକାଶୀ ସ୍ଥିତ ସାଲଡ ଗ୍ରାମରେ ପାହାଡ଼ ଉପରେ ଏକ ଜଗନ୍ନାଥ ମନ୍ଦିର ଥିବା ଜାଣିବାକୁ ପାଇଥିଲେ। ମନ୍ଦିରରେ ସପ୍ତାହରେ ୩ ଦିନ ଜଗନ୍ନାଥ ପୂଜା ପାଉଥିବା ବେଳେ ଚାରି ଦିନ ପୂଜା ପାଉ ନ ଥିବା ଜାଣି ଦୁଃଖ ପ୍ରକାଶ କରିବା ପରେ ଅଭିନେତା ସବ୍ୟସାଚୀ ମିଶ୍ରଙ୍କୁ ଅବଗତ କରାଇଥିଲେ। ପରବର୍ତ୍ତୀ ସମୟରେ ସବ୍ୟସାଚୀ ଅଭିନେତ୍ରୀ ଅର୍ଚ୍ଚିତାଙ୍କ ସହ ଋଷିକେଶରେ ଚଳଚ୍ଚିତ୍ରର ସୁଟିଂ ପାଇଁ ଯିବା ଅବସରରେ ସେହି ଉତ୍ତରକାଶୀର ଶ୍ରୀଜଗନ୍ନାଥ ମନ୍ଦିରକୁ ଗସ୍ତ କରିଥିଲେ। ଉକ୍ତ ଜଗନ୍ନାଥ ମନ୍ଦିର ଉପରେ ଅନୁଧ୍ୟାନ କରି ମନ୍ଦିରଟି ଆଢୁଆଳ ଅବସ୍ଥାରେ ଥିବା ଜାଣିବାକୁ ପାଇବା ପରେ ସେମାନେ ସାମାଜିକ ଗଣମାଧ୍ୟମରେ ଏହାର ପ୍ରଚାର କରିଥିଲେ। ଧର୍ମେନ୍ଦ୍ର ଏ ସମ୍ପର୍କରେ ଜାଣିବା ପରେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଘଟଣା ବିଷୟରେ କହିବା ସହ ମନ୍ଦିରର ଉନ୍ନତି ପାଇଁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri