ଡେରାଡୁନ,୨୩।୧୧-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଉତ୍ତରାଖଣ୍ଡ ରାଜ୍ୟପାଳ ବେବି ରାଣୀ ମୌର୍ଯ୍ୟ। ଏ ନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୋର କରୋନା ରିପୋର୍ଟ ପଜିଟିଭ ଆସିଛି। ଏହାପରେ ଆଇସୋଲେଶନରେ ରହିଛି। ନିକଟରେ ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ଯଥାଶିଘ୍ର କରୋନା ପରୀକ୍ଷା କରିବାକୁ ସେ ନିବେଦନ କରିବାସହ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି।
मेरी कोरोना टेस्ट रिपोर्ट पॉजिटिव आई है। मैं एसिम्प्टमैटिक हूँ और कोई परेशानी नहीं है । डॉक्टर्स की निगरानी में मैंने स्वयं को आइसोलेट कर लिया है ।आप में से जो भी लोग गत कुछ दिनों में मेरे निकट संपर्क में आयें हैं, कृपया सावधानी बरतें और अपनी जाँच करवाएं।
— Baby Rani Maurya (@babyranimaurya) November 22, 2020