Posted inଜାତୀୟ

‘ସୌଭାଗ୍ୟବତୀ ଯୋଜନା’ରେ ଗର୍ଭବତୀ ମହିଳା, ନବଜାତ ଶିଶୁଙ୍କୁ ମିଳିବ ସ୍ବତନ୍ତ୍ର କିଟ୍‌

ଡେରାଡୁନ, ୧୦।୧୦: ଉତ୍ତରାଖଣ୍ଡ ସରକାର ଖୁବ୍‌ ଶୀଘ୍ର ଏକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଯାହାର ନାମ ‘ସୌଭାଗ୍ୟବତୀ’ ଯୋଜନା ରଖିଛନ୍ତି। ଏହି ଯୋଜନାରେ ରାଜ୍ୟର ଗର୍ଭବତୀ ମହିଳା ଓ ନବଜାତ ଶିଶୁମାନଙ୍କ ‘ଉପଯୁକ୍ତ ଯତ୍ନ ଓ ପୋଷଣ’ ପାଇଁ ଅତ୍ୟାବଶକୀୟ ସାମଗ୍ରୀ ଯୋଗାଇ ଦିଆଯିବ ବୋଲି ଜଣାପଡ଼ିଛି। ଉତ୍ତରାଖଣ୍ଡର ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏହି ଯୋଜନା ଆରମ୍ଭ କରାଯିବ। ଗର୍ଭବତୀ ମହିଳା ଓ ନବଜାତ ଶିଶୁମାନଙ୍କ ଉପଯୁକ୍ତ ପୋଷଣ ତଥା ପରିମଳ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରାଯିବା ଏହାର ଲକ୍ଷ୍ୟ ରହିଛି। ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାଓ୍ବତ କହିଛନ୍ତି, ଏହି କାର୍ଯ୍ୟକ୍ରମ ଅଧିନରେ ଜଣେ ଗର୍ଭବତୀ ମହିଳା ଓ ତାଙ୍କ ନବଜାତ ଶିଶୁ ପାଇଁ ୨ଟି ଅଲଗା ଅଲଗା କିଟ୍‌ ଯୋଗାଇ ଦିଆଯିବ। ଏହି କିଟ୍‌ରେ ୭-୮ ପ୍ରକାର ଆଇଟମ୍‌ ରହିବ। ଯେଉଁଥିରେ ଶୁଖିଲା ଫଳ, ମହିଳା ଓ ଶିଶୁ ପୋଷାକ, ସାନିଟାରୀ ନାପକିନ୍‌, ଡାଏପର୍‌, ପଶମ ଶାଓ୍ବଲ, କମ୍ବଳ, ବେଡ୍‌ସିଟ୍‌, ସାବୁନ, ତେଲ ଇତ୍ୟାଦି ରହିବ। ପ୍ରଥମ ପର୍ଯ୍ୟାୟରେ ୩୦ରୁ ୪୦ ହଜାର ଗର୍ଭବତୀ ମହିଳା ଏହି ଯୋଜନାର ଲାଭ ଉଠାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ପ୍ୟାକେଜ୍‌ ନେଇ ଭାରତ ଆସିଛନ୍ତି ପୁଟିନ: ରୁଷିଆର କେଉଁ ପ୍ରସ୍ତାବକୁ ‘ହଁ’ କହିବ ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ପୁଟିନଙ୍କ ଭାରତ ଗସ୍ତ ସମୟରେ ରୁଷିଆର ପଞ୍ଚମ ପିଢ଼ିର ଷ୍ଟେଲ୍ଥ ଫାଇଟର ଜେଟ…

DRS କ୍ରେଡିଟ୍‌ ଚୋରି ଅଭିଯୋଗ ଆଣିଲେ ଇଶାନ୍‌, ବୈଭବଙ୍କ ଜବାବରେ ଚୁପ୍‌ ହୋଇଗଲେ କ୍ୟାପଟେନ୍‌!

ନୂଆଦିଲ୍ଲୀ,୧୧।୯: ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ୍‌ ଦଲୀପ ଟ୍ରଫି ୨୦୨୬ର ଚାମ୍ପିଅନ ହୋଇଛି । ଏହି ଦଳରେ ୧୫ ବର୍ଷୀୟ ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ…

କର୍କଟ ସମେତ ଏହି ରାଶିଙ୍କୁ ଟେନ୍‌ସନ ଦେବେ ମଙ୍ଗଳ: ସମ୍ପର୍କରେ ପଡ଼ିବ ଭଟ୍ଟା! ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳଙ୍କୁ ଗ୍ରହମାନଙ୍କ ସେନାପତି ବୋଲି କୁହାଯାଏ। ସାହସ, ଶକ୍ତି, ଉତ୍ସାହ, କ୍ରୋଧ ଓ ଆକ୍ରମଣାତ୍ମକତାର କାରକ ଭାବେ ମଙ୍ଗଳଙ୍କୁ ବିବେଚନା କରାଯାଏ। ମଙ୍ଗଳ…

ଉଦ୍ଧାର ଓରାଙ୍ଗଉଟାନଙ୍କୁ ନେଇ PCCFଙ୍କ ବଡ଼ ସୂଚନା, ସ୍ବାସ୍ଥ୍ୟାବସ୍ଥା…

ଭୁବନେଶ୍ୱର,୧୧।୯: ବାଲେଶ୍ୱର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗଉଟାନ ଶାବକଙ୍କୁ ନେଇ PCCF ପ୍ରେମ କୁମାର ଝା ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ୫ ଓରାଙ୍ଗଉଟାନ…

ପେନଶନର୍‌ଙ୍କ ପାଇଁ ଖୁସି ଖବର! ଖାତାକୁ ଆସିଲା ୧୨୩୩ କୋଟି ଟଙ୍କା, ଏମିତି ଚେକ୍‌ କରନ୍ତୁ ବାଲାନ୍ସ…

ନୂଆଦିଲ୍‌ଲୀ,୧୧।୯: ପେନଶନଧାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର ଆସିଛି। ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ପ୍ରାୟ ୧୦୫.୬୮ ଲକ୍ଷ (୧.୦୫ କୋଟିରୁ ଅଧିକ) ପେନଶନଭୋଗୀଙ୍କ…

ସାବଧାନ! ୩ ରାଶିରେ ଆଜି ଲାଗିବ ଗ୍ରହଣ; ହାତରୁ ପଳାଇବ ଟଙ୍କା, ପାଖଲୋକ ଦେବେ ଧୋକା

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ କିମ୍ୱା ଚନ୍ଦ୍ରଙ୍କ ସହିତ ରାହୁ କିମ୍ୱା କେତୁଙ୍କ ଯୁତି (ସଂଯୋଗ) ହେଲେ ଗ୍ରହଣ ଯୋଗ ସୃଷ୍ଟି ହୁଏ। ବର୍ତ୍ତମାନ ସୂର୍ଯ୍ୟ,…

ବାଇକ୍‌କୁ ଧକ୍କାଦେଲା ଟ୍ରକ୍‌, ଚାପି ହୋଇଗଲେ ଚାଳକ

ଧାମନଗର,୧୦ା୯(ସନ୍ତୋଷ କୁମାର ମହାପାତ୍ର): ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହେଇଥିବାବେଳେ ଧାମନଗର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ସୂଚନା ମୁତାବକ କେନ୍ଦୁଆ ପଦା-ଗଣ୍ଡଗରା…

ବୈଭବଙ୍କ ପାଖରେ ସୁବର୍ଣ୍ଣ ସୁଯୋଗ: ରାସ୍ତାରେ କଣ୍ଟା ହେବେନି ତ ଶ୍ରେୟସ ଆୟର? ଜାଣନ୍ତୁ ପୂରା ଖବର

ନୂଆଦିଲ୍ଲୀ୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ହେବାକୁ ଥିବା ଟି-୨୦ ସିରିଜରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀଙ୍କ ପାଖରେ ରହିଛି ବଡ଼ ସୁଯୋଗ। ବୈଭବ ଇତିମଧ୍ୟରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri