Posted inଜାତୀୟ

ଜୋଷୀମଠ ଭୂମି ଧସିବା ଘଟଣାକୁ ନେଇ କମିଟି ଗଠନ କଲେ କେନ୍ଦ୍ର ସରକାର, ୩ ଦିନରେ ବେଦାକୁ ପଡିବ ରିପୋର୍ଟ

ନୂଆଦିଲ୍ଲୀ,୭ ।୧: ଉତ୍ତରାଖଣ୍ଡର ଜୋଷୀମଠ ଭୁମି ଧସିବା ଘଟଣାକୁ ନେଇ କେନ୍ଦ୍ର ସରକାର ଆଲର୍ଟ ହୋଇଯାଇଛନ୍ତି । କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଜୋଷୀମଠ ଭୁମି ଧସିବା ଘଟଣାକୁ ନେଇ ଏକ କମିଟି ଗଠନ କରିଛନ୍ତି । କମିଟି ଉକ୍ତ ଘଟଣା ଓ ଏହାର ପ୍ରଭାବକୁ ଷ୍ଟଡି କରିବ । ଜଳଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ଜାରି ଏକ କାର୍ଯ୍ୟାଳୟ ବିଜ୍ଞପ୍ତିରେ କୁହାଯାଇଛି, କମିଟି ପରିବେଶ ଓ ବନ ମନ୍ତ୍ରଣାଳୟ, କେନ୍ଦ୍ରୀୟ ଜଳ ଆୟୋଗ, ଭାରତୀୟ ଭୂବୈଜ୍ଞାନିକ ସର୍ବେକ୍ଷଣ ଓ ସ୍ୱଚ୍ଛ ଗଙ୍ଗା ମିଶନର ପ୍ରତିନିଧି ସାମିଲ ରହିବେ ।
ଜୋଷୀମଠରେ ଭୂମି ଧସିବା ଫଳରେ କିଛି ଘରେ ଫାଟ ସୃଷ୍ଟି ହୋଇଛି । ଏହି ଘଟଣାକୁ ରାଜ୍ୟ ସରକାର ବି ଗମ୍ଭିରତାର ସହ ନେଇଛନ୍ତି । ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଲଗାତାର ଘଟଣା ଉପରେ ନଜର ରଖିଛନ୍ତି ।
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଶନିବାର ଜୋଷୀମଠ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ଜୋଷୀମଠ ଭୁମି ଧସିବା ଘଟଣାର ଅନୁଧ୍ୟାନ କରିବେ ଏହାସହ ପ୍ରଭାବିତ ଜନତାଙ୍କ ସହ କଥା ହେବେ । ଏହା ପୂର୍ବରୁ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ଘଟଣାକୁ ନେଇ ଏକ ବୈଠକ ବସିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri