Posted inଜାତୀୟ

ଉତ୍ତରାଖଣ୍ଡ କ୍ୟାବିନେଟରେ ହୋଇପାରେ ବଡ ଧରଣର ଅଦଳବଦଳ, ମୁଖ୍ୟମନ୍ତ୍ରୀ ଧାମିଙ୍କୁ ମନ୍ତ୍ରୀଙ୍କ ରିପୋର୍ଟ ମାଗିଲେ ଭାଜପା ହାଇକମାଣ୍ଡ

ଡେରାଡୁନ,୨୦ ।୯: ଉତ୍ତରାଖଣ୍ଡ କ୍ୟାବିନେଟରେ ଖୁବଶୀଘ୍ର ବଡ ଧରଣର ଅଦଳବଦଳ ହୋଇପାରେ । ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ କ୍ୟାବିନେଟରେ ଏହା ପ୍ରଥମ ଅଦଳବଦଳ ହେବ । ଯେଉଁଥିରେ ମନ୍ତ୍ରୀଙ୍କ ପୋର୍ଟଫୋଲିଓ ବଦଳି ପାରେ କିମ୍ବା କୌଣସି ବିଧାୟକଙ୍କୁ ମନ୍ତ୍ରଣାଳୟ ଦିଆଯାଇପାରେ । କାହାକୁ କେଉଁ ମନ୍ତ୍ରଣାଳୟ ମିଳିବ ତାହା ଏବେ ସ୍ପଷ୍ଟ ହୋଇ ନ ଥିବା ବେଳେ ଦିଲ୍ଲୀରେ ଭାରତୀୟ ଜନତା ପାର୍ଟି(ଭାଜପା) ହାଇକମାଣ୍ଡ ଏହା ଉପରେ ଖୁବଶୀଘ୍ର ନିଷ୍ପତ୍ତି ନେଇପାରନ୍ତି ।

ସମାଚାର ଏଜେନ୍ସି ଏଏନଆଇର ସୂଚନା ଅନୁଯାୟୀ, ରାଜ୍ୟ କ୍ୟାବିନେଟରେ ଖୁବଶୀଘ୍ର ଅଦଳବଦଳ ହେବ । ଭାଜପା ହାଇକମାଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କୁ ମନ୍ତ୍ରୀ ଓ ବିଧାୟକଙ୍କ ଏକ ଗୋପନୀୟ ରିପୋର୍ଟ ମାଗିଛନ୍ତି । ମୁଖ୍ୟମନ୍ତ୍ରୀ ଧାମି ବି ଏବେ ଦିଲ୍ଲୀ ଗସ୍ତରେ ଅଛନ୍ତି । ସେ ମଙ୍ଗଳବାର ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ ପହଞ୍ଚିଛନ୍ତି । ୨୦୨୨ ବିଧାନସଭା ନିର୍ବାଚନରେ ପୁଷ୍କର ସିଂ ଧାମି ଖଟିନା ଆସନରୁ ନିର୍ବାଚନ ହାରି ଯାଇଥିଲେ । ହେଲେ ଦଳ ତାଙ୍କ ଉପରେ ଭରସା କରି ତାଙ୍କୁ ବିଧାୟକ ଦଳର ନେତା ନିର୍ବାଚିତ କରିଥିଲା । ଧାମି ୨୪ ମାର୍ଚ୍ଚ ୨୦୨୨ରେ ଉତ୍ତରାଖଣ୍ଡର ୧୨ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ଘଣ୍ଟାକରେ ‘ବ୍ରଶ୍‌ ଟେଷ୍ଟ’ରୁ ଜଣାପଡ଼ିବ ପାଟି କ୍ୟାନ୍‌ସର

ଲଣ୍ଡନ/ନୂଆଦିଲ୍ଲୀ, ୯ା୭ପାଟି କର୍କଟ ବା ଓରାଲ କ୍ୟାନ୍‌ସର ଚିହ୍ନଟ କ୍ଷେତ୍ରରେ ଚିକିତ୍ସା ବିଜ୍ଞାନକୁ ବଡ଼ ସଫଳତା ମିଳିଛି। ବ୍ରିଟେନ୍‌ର କୁଇନ୍‌ ମେରି ୟୁନିଭର୍ସିଟି ଅଫ୍‌ ଲଣ୍ଡନର ଗବେଷକମାନଙ୍କ…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri