Posted inଜାତୀୟ

ଉତ୍ତରାଖଣ୍ଡ କ୍ୟାବିନେଟରେ ହୋଇପାରେ ବଡ ଧରଣର ଅଦଳବଦଳ, ମୁଖ୍ୟମନ୍ତ୍ରୀ ଧାମିଙ୍କୁ ମନ୍ତ୍ରୀଙ୍କ ରିପୋର୍ଟ ମାଗିଲେ ଭାଜପା ହାଇକମାଣ୍ଡ

ଡେରାଡୁନ,୨୦ ।୯: ଉତ୍ତରାଖଣ୍ଡ କ୍ୟାବିନେଟରେ ଖୁବଶୀଘ୍ର ବଡ ଧରଣର ଅଦଳବଦଳ ହୋଇପାରେ । ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ କ୍ୟାବିନେଟରେ ଏହା ପ୍ରଥମ ଅଦଳବଦଳ ହେବ । ଯେଉଁଥିରେ ମନ୍ତ୍ରୀଙ୍କ ପୋର୍ଟଫୋଲିଓ ବଦଳି ପାରେ କିମ୍ବା କୌଣସି ବିଧାୟକଙ୍କୁ ମନ୍ତ୍ରଣାଳୟ ଦିଆଯାଇପାରେ । କାହାକୁ କେଉଁ ମନ୍ତ୍ରଣାଳୟ ମିଳିବ ତାହା ଏବେ ସ୍ପଷ୍ଟ ହୋଇ ନ ଥିବା ବେଳେ ଦିଲ୍ଲୀରେ ଭାରତୀୟ ଜନତା ପାର୍ଟି(ଭାଜପା) ହାଇକମାଣ୍ଡ ଏହା ଉପରେ ଖୁବଶୀଘ୍ର ନିଷ୍ପତ୍ତି ନେଇପାରନ୍ତି ।

ସମାଚାର ଏଜେନ୍ସି ଏଏନଆଇର ସୂଚନା ଅନୁଯାୟୀ, ରାଜ୍ୟ କ୍ୟାବିନେଟରେ ଖୁବଶୀଘ୍ର ଅଦଳବଦଳ ହେବ । ଭାଜପା ହାଇକମାଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କୁ ମନ୍ତ୍ରୀ ଓ ବିଧାୟକଙ୍କ ଏକ ଗୋପନୀୟ ରିପୋର୍ଟ ମାଗିଛନ୍ତି । ମୁଖ୍ୟମନ୍ତ୍ରୀ ଧାମି ବି ଏବେ ଦିଲ୍ଲୀ ଗସ୍ତରେ ଅଛନ୍ତି । ସେ ମଙ୍ଗଳବାର ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ ପହଞ୍ଚିଛନ୍ତି । ୨୦୨୨ ବିଧାନସଭା ନିର୍ବାଚନରେ ପୁଷ୍କର ସିଂ ଧାମି ଖଟିନା ଆସନରୁ ନିର୍ବାଚନ ହାରି ଯାଇଥିଲେ । ହେଲେ ଦଳ ତାଙ୍କ ଉପରେ ଭରସା କରି ତାଙ୍କୁ ବିଧାୟକ ଦଳର ନେତା ନିର୍ବାଚିତ କରିଥିଲା । ଧାମି ୨୪ ମାର୍ଚ୍ଚ ୨୦୨୨ରେ ଉତ୍ତରାଖଣ୍ଡର ୧୨ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri