ଉତ୍ତରକାଶୀରେ ସୁଡ଼ଙ୍ଗ ଭୁଶୁଡ଼ିଲା: ୫ ଓଡ଼ିଆଙ୍କ ସମେତ ୪୦ ଫସିଛନ୍ତି

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ବାଙ୍ଗିରିପୋଷି (ସଞ୍ଜୟ କୁମାର ଅଗ୍ରୱାଲ), ୧୪ା୧୧
ଉତ୍ତରାଖଣ୍ଡରେ ଭୁଶୁଡ଼ିଥିବା ସୁଡ଼ଙ୍ଗ ତଳେ ଫସିରହିଥିବା ଶ୍ରମିକଙ୍କ ମଧ୍ୟରେ ୫ଜଣ ଓଡ଼ିଆ ଅଛନ୍ତି। ସେମାନଙ୍କ ମଧ୍ୟରେ ୩ଜଣ ମୟୂରଭଞ୍ଜ ଜିଲାର ଏବଂ ୨ଜଣ ନବରଙ୍ଗପୁର ଜିଲାର ବୋଲି ଜଣାପଡ଼ିଛି। ମୟୂରଭଞ୍ଜ ଜିଲାର ୩ଜଣ ହେଲେ ବାଙ୍ଗିରିପୋଷି ବ୍ଲକ ଚନ୍ଦନପୁର ପଞ୍ଚାୟତ ଅନ୍ତର୍ଗତ ବେଢ଼ାକୁଦର ଗ୍ରାମର ଧୀରେନ ନାଏକ, ଯୋଗୀବନ୍ଧ ଗ୍ରାମର ବିଶ୍ୱେଶ୍ୱର ନାଏକ ଏବଂ ତିରିଂ ବ୍ଲକ କୁଳଦିଆ ବଡ଼କେଡମ ଗ୍ରାମର ରାଜୁ ନାଏକ। ଅପରପକ୍ଷରେ ନବରଙ୍ଗପୁର ଜିଲାର ୨ଜଣ ଶ୍ରମିକ ହେଲେ ତପନ ମଣ୍ଡଳ ଓ ଭଗବାନ ବାତ୍ରା।
ଫସିଥିବା ଶ୍ରମିକମାନେ ନବଯୁଗ ଇଞ୍ଜିନିୟରିଂ କମ୍ପାନୀ ଲିମିଟେଡ୍‌ ଅଧୀନରେ କାମ କରୁଥିଲେ। ଗତ ଜୁନ୍‌ ୧ତାରିଖରୁ ମୟୂରଭଞ୍ଜର ୩ଶ୍ରମିକ କାମ କରିବାକୁ ଉତ୍ତରାଖଣ୍ଡ ଯାଇଥିଲେ। ଉତ୍ତରାଖଣ୍ଡ ସରକାରଙ୍କ ପକ୍ଷରୁ ଫସିରହିଥିବା ଶ୍ରମିକମାନଙ୍କୁ ଉଦ୍ଧାର ପାଇଁ ଚେଷ୍ଟା ଜାରି ରହିଛି। ପ୍ରତିକୂଳ ପରିସ୍ଥିତି ଯୋଗୁ ଉଦ୍ଧାର କାର୍ଯ୍ୟରେ ବିଳମ୍ବ ହେଉଥିବା ସେଠାରେ କାମ କରୁଥିବା ବେଢ଼ାକୁଦର ଗ୍ରାମର କ୍ଷୀରୋଦ ନାଏକ କହିଛନ୍ତି। ତେବେ ଫସିରହିଥିବା ଶ୍ରମିକଙ୍କ ସମ୍ପର୍କରେ ସବିଶେଷ ସୂଚନା ମିଳି ପାରୁ ନ ଥିବାରୁ ସେମାନଙ୍କ ପରିବାର ଲୋକେ ହତୋତ୍ସାହିତ ହୋଇପଡ଼ିଛନ୍ତି। ସୁରକ୍ଷିତ ଭାବେ ସେମାନଙ୍କୁ ଉଦ୍ଧାର କରିବା ଲାଗି ପରିବାର ଲୋକେ ନିବେଦନ କରିଛନ୍ତି। କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ସ୍ଥିତି ଉପରେ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri