Posted inଜାତୀୟ

ଗଙ୍ଗୋତ୍ରୀ ରାଜପଥରେ ଭୂସ୍ଖଳନ: ଏମ୍‌ପିର ୪ ତୀର୍ଥଯାତ୍ରୀଙ୍କ ମୃତ୍ୟୁ

ଡେରାଡୁନ,୧୧।୭: ଉତ୍ତରଖଣ୍ଡର ଉତ୍ତରକାଶୀ ଜିଲାର ଭଟଓ୍ବାଡି ଅଞ୍ଚଳର ଗଙ୍ଗୋତ୍ରୀରେ ପ୍ରବଳ ବର୍ଷା ମଧ୍ୟରେ ଘଟିଥିବା ଭୂସ୍ଖଳନରେ ୩ଟି ଯାନ ପୋତି ହୋଇଯାଇଥିବା ଘଟଣା ସାମ୍ନାକୁ ଆସିଛି। ଯେଉଁଥିରେ ମଧ୍ୟପ୍ରଦେଶର ୪ ଜଣ ତୀର୍ଥଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଭଟୱାଡିର ସବ-କଲେକ୍ଟର ଚତର ସିଂ ଚୌହାନ କହିଛନ୍ତି, ସୋମବାର ରାତିରେ ଗଙ୍ଗୋତ୍ରୀ ଜାତୀୟ ରାଜପଥରେ ଥିବା ଗଙ୍ଗନାନି ବ୍ରିଜ୍‌ ନିକଟ ପାହାଡରୁ ଭୂସ୍ଖଳନ ଓ ବୋଲ୍ଡର ଖସିପଡିବାରୁ ତିନିଜଣ ଯାତ୍ରୀବାହୀ ଯାନ ତଳେ ପୋତି ହୋଇଯାଇଥିଲେ।

ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଏବଂ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ ଟିମ ଘଟଣାସ୍ଥଳରେ ପହଞ୍ଚିଥିଲେ ଏବଂ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା। ଚୌହାନଙ୍କ ଅନୁଯାୟୀ ଏହି ଘଟଣାରେ ନିହତ ହୋଇଥିବା ଚାରିଜଣ ତୀର୍ଥଯାତ୍ରୀଙ୍କ ମଧ୍ୟରୁ ତିନିଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଅନ୍ୟର ମୃତଦେହ ବାହାର କରିବା ପାଇଁ ଉଦ୍ୟମ କରାଯାଉଛି ବୋଲି ସେ କହିଛନ୍ତି। ମୃତ ସମସ୍ତ ଚାରିଜଣ ମଧ୍ୟପ୍ରଦେଶର ବାସିନ୍ଦା ବୋଲି କୁହାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri