Posted inଜାତୀୟ

ଆକ୍ସନ ମୁଡ୍‌ରେ ଧାମି: ରାଜ୍ୟରେ ଲାଗୁ ହେବ ୟୁନିଫର୍ମ ସିଭିଲ କୋଡ୍‌

ଡେରାଡୁନ,୨୪।୩: ଉତ୍ତରାଖଣ୍ଡରେ ପୁଷ୍କର ସିଂହ ଧାମି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଆକ୍ସନ ମୁଡରେ ଆସିଯାଇଛନ୍ତି। ସରକାର ଗଠନ ପରେ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରଥମ କ୍ୟାବିନେଟ ବୈଠକ ଆୟୋଜିତ ହୋଇଥିଲା। ଏଥିରେ ଅନେକ ଲୋକାଭିମୁଖୀ କାର୍ଯ୍ୟକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଇତିମଧ୍ୟରେ ଉତ୍ତରାଖଣ୍ଡରେ ୟୁନିଫର୍ମ ସିଭିଲ କୋଡ(ୟୁସିସି) ଲାଗୁ କରିବାକୁ ଦିଆଯାଇଥିବା ପ୍ରସ୍ତାବକୁ ଅନୁମୋଦନ ମିଳିଛି। ମନ୍ତ୍ରୀମଣ୍ଡଳର ସର୍ବସମ୍ମତିକ୍ରମେ ଏହି ପ୍ରସ୍ତାବ ପାରିତ ହୋଇଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଗୁରୁବାର ଏନେଇ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ସରକାର ଗଠନ ହେଲେ ରାଜ୍ୟରେ ୟୁନିଫର୍ମ ସିଭିଲ କୋଡ(ୟୁସିସି) ଲାଗୁ କରାଯିବ ବୋଲି ନିର୍ବାଚନ ପୂର୍ବରୁ ଭାଜପା ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଥିଲା। ତେବେ ସରକାର ଗଠନ ହେବା ପରେ ଧାମି ନିଜ ପ୍ରତିଶୃତି ପୂରଣ କରିଛନ୍ତି। ଏଥିପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ ହେବ। ଏହି କମିଟି ୟୁସିସି ଆଇନରେ ଏକ ଡ୍ରାଫ୍ଟ ତିଆରି କରିବ। ଏହାପରେ ସରକାର ଏହାକୁ ଲାଗୁ କରିବେ। ଅନ୍ୟ ରାଜ୍ୟମାନେ ବି ୟୁସିସି ଲାଗୁ କରିବେ ବୋଲି ସେ ଆଶା ପ୍ରକାଟ କରିଛନ୍ତି। ତେବେ ଗୋଆ ପରେ ଉତ୍ତରାଖଣ୍ଡ ଦେଶର ପ୍ରଥମ ରାଜ୍ୟ ଯେଉଁଠାରେ ୟୁସିସି ଲାଗୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri