Posted inଜାତୀୟ

ଗୋଟିଏ ଦିନ ପାଇଁ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ସୃଷ୍ଟି ଗୋସ୍ୱାମୀ!

ହରିଦ୍ୱାର,୨୨ ।୧: ଉତ୍ତରଖଣ୍ଡ ହରିଦ୍ୱାରର ସୃଷ୍ଟି ଗୋସ୍ୱାମୀ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବେ ବୋଲି ଜଣାପଡିଛି । ୨୪ ଜାନୁୟାରୀରେ ସୃଷ୍ଟି ଏହି ଦାୟିତ୍ୱ ନେବେ । ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାୱତଙ୍କ ମଞ୍ଜୁରୀ ପରେ ସୃଷ୍ଟିଙ୍କୁ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଦିଆଯିବ । ଦେଶରେ ପ୍ରଥମଥର ଲାଗି ଜଣେ ମୁଖ୍ୟମନ୍ତ୍ରୀ ଥିବା ଅବସ୍ଥାରେ ଅନ୍ୟ ଜଣଙ୍କୁ ସେହି ଦାୟିତ୍ୱ ଦିଆ ହେବାକୁ ଯାଉଛି । ମିଳିଥିବା ସୂଚନା ଅନୁଯାୟୀ ହରିଦ୍ୱାର ବାହାଦୂରବାଦ ବ୍ଲକର ଦୌଲତପୁର ଗାଁର ନାମ ଇତିହାସରେ ସ୍ଥାନ ପରାଇବାକୁ ଯାଉଛି । ସୃଷ୍ଟି ଗୋସ୍ୱାମୀଙ୍କୁ ବାଳିକା ଦିବସ ଅବସରରେ ୨୪ ଜାନୁୟାରୀରେ ଗୋଟିଏ ଦିନ ଲାଗି ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଦିଆଯିବ । ଏହି ସମୟରେ ସେ ଉତ୍ତରାଖଣ୍ଡର ବିକାଶ କାର୍ଯ୍ୟର ସମିକ୍ଷା କରିବେ ଏହାସହ ୧୨ ବିଭାଗର ଅଧିକାରୀ ବିଭାଗୀୟ ଯୋଜନା ଉପରେ ୫-୫ ମିନିଟର ପ୍ରେଜେଣ୍ଟେଶନ ଦେବେ । ସୃଷ୍ଟିଙ୍କ ପିତା ଏକ ତେଜରାତି ଦୋକାନ କରିଥିବା ବେଳେ ମା’ ଜଣେ ଗୃହିଣୀ । ଝିଅକୁ ମୁଖ୍ୟମନ୍ତ୍ରୀ ଆସନରେ ଦେଖିବାକୁ ଯାଉଥିବାରୁ ଉଭୟ ଖୁବ୍ ଗର୍ବିତ ବୋଲି କହିଛନ୍ତି । ଏହାପୂର୍ବରୁ ମଧ୍ୟ ୨୦୧୮ରେ ସୃଷ୍ଟି ବାଲ ବିଧାନସଭା ସଙ୍ଗଠନର ବାଲ ବିଧାୟକ ଭାବେ ବଛା ଯାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri