Posted inଜାତୀୟ

ଅନ୍ଧାରୀ ଟନେଲରୁ ଫେରିଲା ଜୀବନ: ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ବରିଷ୍ଠ ବ୍ୟକ୍ତି

ନୂଆଦିଲ୍ଲୀ,୨୮।୧୧: ଉତ୍ତରାଖଣ୍ଡର ଉତ୍ତରକାଶୀର ସିଲକ୍ୟାରା ସୁଡଙ୍ଗରୁ ରେସ୍କ୍ୟୁ ହୋଇଛନ୍ତି ୪୧ଶ୍ରମିକ। ଅନ୍ଧାରୀ ଟନେଲରୁ ଫେରିଛି ଜୀବନ। ୧୭ଦିନ ପୂର୍ବେ ଏହି ଜୀବନ ରହିବ କି ନାହିଁ ତାହା ଘଡି ସନ୍ଧି ମୂହୁର୍ତ୍ତରେ ଥିଲା। ହେଲେ କଠିନ ପରିଶ୍ରମର ଫଳାଫଳ ୪୧ଜଣ ଶ୍ରମିକଙ୍କୁ ଫେରାଇ ଅଣାଯାଇଛି। ଏଥିମଧ୍ୟରୁ ୫ଜଣ ଓଡିଆ ଶ୍ରମିକ ଥିଲେ।

ତେବେ ଏହାକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ଖୁସି ଜାହିର କରିଛନ୍ତି। ସେ କହିଛନ୍ତି, ଏହା ଏକ ଭାବବିହ୍ବଳ କଲା ଭଳି ସମୟ। ଏହି ସମୟ ସମସ୍ତଙ୍କୁ ଭାବବିହ୍ବଳ କରିଛି। ଫଶିଥିବା ଶ୍ରମିକଙ୍କ ସାହସ ଓ ଧୌର୍ଯ୍ୟ ପ୍ରେରଣାଦାୟକ। ସାହସ ଓ ସଂକଳ୍ପର ଶକ୍ତି ଦେଇଛି ନୂତନ ଜୀବନ।
ଟନେଲରୁ ଶ୍ରମିକ ଉଦ୍ଧାର ଘଟଣାରେ ଖୁସି ବ୍ୟକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମୁର୍ମୁ ଉଦ୍ଧାରକାରୀ ଟିମ୍‌କୁ ଶୁଭେଚ୍ଛା ଜଣାଇଛନ୍ତି।

ସେହିପରି ଶ୍ରମିକଙ୍କ ରେସ୍କ୍ୟୁ ସଫଳତାକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡକରୀ। ଉଦ୍ଧାର ଶ୍ରମିକଙ୍କୁ ଶୁଭକାମନା ଓ ଶୁଭେଚ୍ଛା ଜଣାଇବା ସହ ଉଦ୍ଧାର କାର୍ଯ୍ୟରେ ସାମିଲ ସମସ୍ତ ଏଜେନ୍ସିଙ୍କୁ ଧନ୍ୟବାଦ ଜଣାଇଛନ୍ତି ଗଡକରୀ। ସେ କହିଛନ୍ତି, ଏହି ଘଟଣାରୁ ଆମକୁ ଅନେକ କିଛି ଶିଖିବାକୁ ମିଳିଛି। ଟନେଲର ସେଫ୍ଟି ଅଡିଟ୍‌ କରାଯିବ। ଆଗକୁ ଉନ୍ନତ ଜ୍ଞାନକୌଶଳର ଉପଯୋଗ କରାଯିବ।

ଶ୍ରମିକ ଉଦ୍ଧାର ହୋଇସାରିବା ପରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ। ସେ କହିଛନ୍ତି, ଉଦ୍ଧାର କାର୍ଯ୍ୟ ଅତ୍ୟନ୍ତ ଚାଲେଞ୍ଜିଂ ଓ କଠିନ ଥିଲା। ରେସ୍କ୍ୟୁ ଅପରେଶନରେ ସାମିଲ ସବୁ ଏଜେନ୍ସିଙ୍କୁ ଧନ୍ୟବାଦ। ନିର୍ମାଣଧୀନ ସବୁ ଟନେଲକୁ ସମୀକ୍ଷା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri