Posted inଜାତୀୟ

ଉତ୍ତରାଖଣ୍ଡ ଟନେଲ ଦୁର୍ଘଟଣା: ୧୭ ଦିନର ଅପରେସନ ପରେ ମିଳିଲା ସଫଳତା, ପ୍ରଥମ ଦଫାରେ ୫ ଶ୍ରମିକଙ୍କୁ ଅଣାଗଲା

ନୂଆଦିଲ୍ଲୀ,୨୭ା୧୧: ଦୀର୍ଘ ୧୭ ଦିନର ଅକ୍ଲାନ୍ତ ପରିଶ୍ରମ ପରେ ଉତ୍ତରାଖଣ୍ଡ ସିଲକ୍ୟାରୀ ଟନେଲରୁ ବାହାରୁଛନ୍ତି ଫସିଥିବା ୪୧ ଶ୍ରମିକ। ପ୍ରଥମ ପର୍ଯ୍ୟାୟରେ ୫ ଜଣ ଶ୍ରମିକଙ୍କୁ ପାଇପ ବାଟଦେଇ ବାହାରକୁ ଅଣାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ସମସ୍ତ ଶ୍ରମୀକଙ୍କୁ ବାହାରକୁ ଆଣିବା ପାଇଁ ପ୍ରାୟ ୩୦ ମିନଟ ସମୟ ଲାଗିପାରେ। ଏନଡିଆରଏଫ ଟିମ ଫସିଥିବା ଶ୍ରମିକ ମାନଙ୍କୁ ଚକ ଲାଗିଥିବା ଷ୍ଟ୍ରେଚର ସାହାଯ୍ୟରେ ବାହାରକୁ ଆଣୁଛନ୍ତି। ବର୍ତ୍ତମାନ କୌଣସି ପ୍ରତିବନ୍ଧକ ନଥିବା ସୂଚନା ମିଳିଛି।

ଉତ୍ତରାଖଣ୍ଡ ମୁଖମନ୍ତ୍ରୀ ପୁସ୍କର ସିଂହ ଧାମୀ ଏକ ଟ୍ୱିଟ୍‌ରେ କହିଛନ୍ତି, “ସିଲ୍କିରା ଟନେଲରେ ଚାଲିଥିବା ଉଦ୍ଧାର କାର୍ଯ୍ୟରେ ଏକ ବଡ଼ ସଫଳତା ମିଳିଛି। ଗତ ୧୭ ଦିନ ଧରି ଫସିଥିବା ଶ୍ରମିକ ମାନଙ୍କୁ ଉଦ୍ଧାର କରିବା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ରେସ୍କ୍ୟୁ ଅପରେସନ ଚାଲିଥିଲା। ମଙ୍ଗଳବାର ସନ୍ଧ୍ୟା ୭ଟା ୫ ମିନିଟରେ ପାଇପ ଲଇଁ ଶ୍ରମିକଙ୍କ ନିକଟରେ ପହଞ୍ଚିଥିଲା।

“ବାବା ବାଉଖ ନାଗଜୀଙ୍କ (ଏବଂ) କୋଟି କୋଟି ଦେଶବାସୀଙ୍କ ପ୍ରାର୍ଥନା ଏବଂ ସମସ୍ତ ଉଦ୍ଧାରକାରୀ ଦଳର ଅକ୍ଲାନ୍ତ ପରିଶ୍ରମ ହେତୁ … ଶ୍ରମିକମାନଙ୍କୁ ବାହାର କରିବା ପାଇଁ ଟନେଲରେ ପାଇପ୍ ଲଗାଇବା କାର୍ଯ୍ୟ ସମାପ୍ତ ହୋଇଛି। ଶୀଘ୍ର ସମସ୍ତ ଶ୍ରମିକ ଭାଇମାନଙ୍କୁ ବାହାରକୁ ଆସି ପାରିଛନ୍ତି ବୋଲି ଧାମି ଟ୍ୱିଟ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?