ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ ଯଥା, ଆରିଜୋ ମେଲଟ ରେସିଷ୍ଟାଣ୍ଟ ଓୟାର (ଆରିଜୋ), ସୁପରିଓ + ଇକୋ ସେଫ୍‌ ଓୟାର (ସୁପରିଓ+) ଏବଂ ଏଲେଗ୍ନା ଏମ୍‌ସିବି (ଏଲେଗ୍ନା) ଭଳି ବୈଦ୍ୟୁତିକ ସାମଗ୍ରୀ ନିକଟରେ ଉନ୍ମୋଚିତ ହୋଇଯାଇଛି, ଯାହାକି ଇଲେକ୍ଟ୍ରିକାଲ୍‌ ଓୟାରିଂ ଟେକ୍ନୋଲୋଜି କ୍ଷେତ୍ରରେ ଏକ ଅଭିନବ ଉଦ୍ଭାବନ ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି। ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନିର୍ଦ୍ଦେଶକ ତଥା ସିଓଓ ରାମଚନ୍ଦ୍ରନ ଭି କହିଛନ୍ତି, ଆମେ ଆମର ନୂତନ ଉତ୍ପାଦ ସମ୍ଭାରକୁ ଉନ୍ମୋଚନ ସହ ବଜାର ପ୍ରବେଶ କରାଇ ବେଶ୍‌ ଉତ୍ସାହିତ ଅଛୁ। ବିଶେଷକରି ବୈଦ୍ୟୁତିକ ନିରାପତ୍ତା ଏବଂ ସ୍ଥାୟିତ୍ୱର ପରବର୍ତ୍ତୀ ଯୋଦ୍ଧା ଭାବେ ଆମେ ‘ଆରିଜୋ ଓୟାର୍ସ’ର ଶୁଭାରମ୍ଭ କରି ଅତ୍ୟନ୍ତ ଆନନ୍ଦିତ ଥିଲାବେଳେ ଆରିଜୋ ସହିତ ଉପଭୋକ୍ତାମାନେ ବିଶ୍ୱାସ କରି ପାରିବେ ଯେ ସେମାନେ ଏଭଳି ଏକ ଉତ୍ପାଦରେ ନିବେଶ କରୁଛନ୍ତି, ଯାହା କେବଳ ସେମାନଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଏ ନାହିଁ ବରଂ ଏକ ସ୍ବଚ୍ଛ,ସବୁଜ ଭବିଷ୍ୟତରେ ମଧ୍ୟ ଯୋଗଦାନ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ଅଗଷ୍ଟ ୧୬ରୁ ୧୦୦୦ଟଙ୍କାର ସିଲିଣ୍ଡର ହୋଇଯିବ ୨୯୦୦! ତୁରନ୍ତ କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ, ୯।୮: ଯଦି ଆପଣଙ୍କର ଏଲପିଜି (LPG) ଗ୍ୟାସ ସଂଯୋଗ ଅଛି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୬ ଅଗଷ୍ଟ ସୁଦ୍ଧା ଇ-କେୱାଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri