Posted inଜାତୀୟ

ଲୋକସଭାରେ ଉପବାଚସ୍ପତି ପଦବୀ ଖାଲି ଏକ ଅସାମ୍ବିଧାନିକ ପ୍ରସଙ୍ଗ: ଜୟରାମ ରମେଶ…

ନୂଆଦିଲ୍ଲୀ,୬।୩ : ଲୋକସଭା ଏବଂ ପାଞ୍ଚଟି ରାଜ୍ୟସଭାରେ ଉପବାଚସ୍ପତି ନିଯୁକ୍ତ ପଦବୀ ଖାଲି ଥିବାରୁ କଂଗ୍ରେସ ପକ୍ଷରୁ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରାଯାଇଛି। କଂଗ୍ରେସ ନେତା ଜୟରାମ ରମେଶ ଟୁଇଟ କରି କହିଛନ୍ତି ଯେ ଗତ ଚାରି ବର୍ଷ ଧରି ଲୋକସଭାରେ କୌଣସି ଉପବାଚସ୍ପତି ନାହାଁନ୍ତି ଏବଂ ଏହା ଏକ ଅସାମ୍ବିଧାନିକ ପ୍ରସଙ୍ଗ। ଜୟରାମଙ୍କ ଏହି ବିବୃତ୍ତି ଏକ ମାସ ପରେ ଆସିଛି ଯେତେବେଳେ ସୁପ୍ରିମକୋର୍ଟ ଲୋକସଭାରେ କାହିଁକି ଉପବାଚସ୍ପତି ଚୟନ କରା ଯାଇ ନାହିଁ ବୋଲି କେନ୍ଦ୍ର ସରକାରଙ୍କଠାରୁ ଉତ୍ତର ଲୋଡିଥିଲେ। କୋର୍ଟ ଏହାକୁ ସମ୍ବିଧାନର ଧାରା ୯୩ ର ଉଲ୍ଲଂଘନ ବୋଲି କହିଥିଲେ।

ଗତ ମାସରେ ସୁପ୍ରିମକୋର୍ଟରେ ଏନେଇ ଏକ ଜନସ୍ବାର୍ଥ ମାମଲା ଦାୟର କରାଯାଇଥିଲା। ଆବେଦନକାରୀ କେତେକ ରାଜ୍ୟର ବିଧାନସଭାରେ ମଧ୍ୟ ସମାନ ସ୍ଥିତି ଥିବା ସୂଚାଇ ଥିଲେ। ଉପବାଚସ୍ପତିଙ୍କ ନିର୍ବାଚନ ନ ହେବା ସୁସ୍ଥ ଗଣତାନ୍ତ୍ରିକ କାର୍ଯ୍ୟକଳାପ ବିରୁଦ୍ଧରେ ବୋଲି ଏଥିରେ ଉଲ୍ଲେଖ କରାଯାଇଥିଲା। ବର୍ତ୍ତମାନ ଉପବାଚସ୍ପତି ପଦ ୨୩ ଜୁନ ୨୦୧୯ ଠାରୁ ଖାଲି ଅଛି।

ସମ୍ବିଧାନର ଧାରା ୯୩ ଅନୁଯାୟୀ, ସଂସଦର ଲୋକସଭାରେ ଗୃହର ଦୁଇଜଣ ସଦସ୍ୟଙ୍କୁ ଯଥାକ୍ରମେ ବାଚସ୍ପତି ଏବଂ ଉପବାଚସ୍ପତି ଭାବେ ଚୟନ କରାଯିବ। ଯଦି ବାଚସ୍ପତି କିମ୍ବା ଉପବାଚସ୍ପତିଙ୍କ କାର୍ଯ୍ୟାଳୟ ଖାଲି ହୁଏ, ତେବେ ଗୃହ ଅନ୍ୟ ଜଣେ ସଦସ୍ୟଙ୍କୁ ବାଚସ୍ପତି କିମ୍ବା ଉପବାଚସ୍ପତି ଭାବରେ ଚୟନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?