ଆମେରିକାରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୬୦ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ଓ୍ବାଶିଂଟନ୍‌,୨୮।୭: ଆମେରିକାରେ କରୋନା ଭାଇରସ୍‌ ସଂକ୍ରମଣ ବିପଦ ପୁଣି ଥରେ ଘନେଇବାରେ ଲାଗିଛି। କରୋନାର ଡେଲ୍ଟା ଭାରିଆଣ୍ଟ ତୀବ୍ରଗତିରେ ବ୍ୟାପୁଥିବା ବେଳେ ବହୁ ସଂଖ୍ୟକ ଲୋକ ଆକ୍ରାନ୍ତ ହେଉଛନ୍ତି। ଆମେରିକାରେ ଗୋଟିଏ ଦିନରେ ୬୦ହଜାରରୁ ଊର୍ଦ୍ଧ୍ୱ ନୂଆ ମାମଲା ଚିହ୍ନଟ ହୋଇଛି। ଏହାପରେ ଆମେରିକାର ବିପଦପୂର୍ଣ୍ଣ ଅଞ୍ଚଳରେ ଟିକା ଦିଆଯାଇଥିବା ଲୋକଙ୍କ ପାଇଁ ପୁନର୍ବାର ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଅନ୍ୟପଟେ ଟିକା ପ୍ରଭାବଶାଳୀ କିନ୍ତୁ ଡେଲ୍ଟା ଭାରିଆଣ୍ଟ ଯୋଗୁ ସଂକ୍ରମଣ ଆଶଙ୍କା ବଢ଼ିଛି ବୋଲି ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନ୍‌ସନ୍‌(ସିଡିସି)ର ନିର୍ଦ୍ଦେଶକ ରୋଚେଲ ଭାଲେନସ୍କି କହିଛନ୍ତି। ଏଭଳି ପରିସ୍ଥିତିରେ ନିଜକୁ ଏବଂ ସମାଜକୁ ରକ୍ଷା କରିବା ଲାଗି ମାସ୍କ ପିନ୍ଧିବା ଆବଶ୍ୟକ। ଅତ୍ୟଧିକ ସଂକ୍ରମଣ ଅଞ୍ଚଳରେ କରୋନା ଟିକାର ୨ଟି ଡୋଜ ନେବା ସହ ମାସ୍କ ପିନ୍ଧିବା ଜରୁରୀ ବୋଲି ସିଡିସି ପକ୍ଷରୁ କୁହାଯାଇଛି। ରିପୋର୍ଟ ଅନୁସାରେ ଗତ ୨୪ଘଣ୍ଟା ମଧ୍ୟରେ ଆମେରିକାରେ ୬୦ହଜାରରୁ ଅଧିକ କରୋନା ମାମଲା ରୁଜୁ ହୋଇଛି। ଗୋଟିଏ ଦିନରେ ଏତେ ମାତ୍ରାରେ ଆକ୍ରାନ୍ତ ଚିହ୍ନଟ ହେବା ବିଶେଷଜ୍ଞ ଏବଂ ଡାକ୍ତରଙ୍କ ଚିନ୍ତା ବଢ଼ାଇଦେଇଛି। ଏଥିସହିତ ରାଷ୍ଟ୍ରପତି ବାଇଡେନ ମଧ୍ୟ କରୋନା ମାମଲା ବୃଦ୍ଧିକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ସେ କହିଛନ୍ତି, ଦେଶରେ ଟିକାକରଣକୁ ଆହୁରି ତ୍ୱରାନ୍ବିତ କରାଯିବ। ସିଡିସି ତଥ୍ୟ ଅନୁଯାୟୀ, ଦକ୍ଷିଣ ଆମେରିକାରେ କରୋନାର ଡେଲ୍ଟା ଭାରିଆଣ୍ଟର ପ୍ରଭାବ ଅଧିକ ରହିଛି। ପ୍ରତିଦିନ ଏଠାରେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ପ୍ରାୟ ୮୫ଟି ଦେଶରେ ଏପର୍ଯ୍ୟନ୍ତ କରୋନାର ଡେଲ୍ଟା ଭାରିଆଣ୍ଟ ଚିହ୍ନଟ ହୋଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏହାକୁ ବର୍ତ୍ତମାନର ସବୁଠାରୁ ସଂକ୍ରାମକ ଭାରିଆଣ୍ଟ ବୋଲି ବିବେଚନା କରିଛି। ଯାହା ତୀବ୍ରଗତିରେ ଟିକାକରଣ କରିଥିବା ଲୋକଙ୍କୁ ସଂକ୍ରମିତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri