ଆସନ୍ତା ୧୬ରୁ ସମଗ୍ର ଦେଶରେ ଟିକାକରଣ

ନୂଆଦିଲ୍ଲୀ,୯।୧: ଆସନ୍ତା ୧୬ ତାରିଖରୁ ସମଗ୍ର ଦେଶରେ ଟିକାକରଣ କରାଯିବ ବୋଲି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା  ବୈଠକରେ ନିଷ୍ପତ୍ତି ହୋଇଛି। ପ୍ରଥମ ପର୍ଯ୍ୟାୟରେ ୩ କୋଟି ଲୋକଙ୍କୁ ଟିକା ଦିଆଯିବ। ପ୍ରଥମେ ସ୍ବାସ୍ଥ୍ୟ କର୍ମୀ ଏବଂ ସମ୍ମୁଖ କର୍ମୀଙ୍କୁ ଟିକା ଦିଆଯିବା ନେଇ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ପରେ ୫୦ ବର୍ଷରୁ ଅଧିକ ବୟସ୍କ ଓ ରୋଗାକ୍ରାନ୍ତ ପ୍ରାୟ ୨୭ କୋଟି ଲୋକଙ୍କୁ ଟିକା ଦେବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି।

ସୂଚନାଯୋଗ୍ୟ, ଜାନୁୟାରୀ ୩ରେ କୋଭିସିଲ୍ଡ ଓ କୋଭାକ୍ସିନକୁ ଭାରତରେ ଜରୁରୀକାଳିନ ବ୍ୟବହାର କରିବାକୁ ଡିସିଜିଆଇ ଅନୁମତି ଦେଇଥିଲା। ଟିକାକରଣ ଆରମ୍ଭ ପୂର୍ବରୁ ଦୁଇଟି ପର୍ଯ୍ୟାୟରେ କରୋନା ଟିକାର ଡ୍ରାଏ ରନ୍‌ କରାଯାଇଥିଲା। ଏହି ସମୟରେ କୌଣସି ଲୋକଙ୍କୁ ଟିକା ଦିଆଯାଇ ନ ଥିଲା। ବର୍ତ୍ତମାନ ଏହାର ଫଳାଫଳ ସକାରାତ୍ମକ ରହିଥିବାରୁ କେନ୍ଦ୍ର ସରକାର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହୋଇ ୧୬ ତାରିଖରୁ ଦେଶରେ କରୋନା ଟିକା ଆରମ୍ଭ ହେବାକୁ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କୁ ଭେଟି ଆଶୀର୍ବାଦ ନେଲେ ବାୟାବାବା କଲେଜ ଛାତ୍ର ସଂସଦ ପ୍ରତିନିଧି , ସୁଜାତାଙ୍କ ସହ ସାକ୍ଷାତ କରି…

ମହାକାଳପଡ଼ା/କେନ୍ଦ୍ରାପଡ଼ା, ୨୫ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ/ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାକପଡ଼ା ବ୍ଲକ ବାୟାବାବା କଲେଜ ଛାତ୍ର ସଂସଦ ନିର୍ବାଚନରେ ନିର୍ବାଚିତ ପ୍ରାର୍ଥୀମାନେ ଶନିବାର ନବୀନ ନିବାସରେ…

କେନ୍ଦ୍ର ସରକାରଙ୍କୁ ସୋନମ ୱାଙ୍ଗଚୁକଙ୍କ ଚେତାବନୀ, କହିଲେ ଆଗକୁ ବିପଦ!

ନୂଆଦିଲ୍ଲୀ, ୨୫।୧୦: ଭାରତର ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ଆନ୍ଦୋଳନ ଏବଂ ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ନେଇ କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି,…

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୫।୧୦ (ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ…

ଆନ୍ଧ୍ରରେ ମାଡ଼ହେବ ବାତ୍ୟା, ଓଡ଼ିଶାରେ ବର୍ଷା

ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

‘ମୁଁ ଫୋନ୍ କରୁଥିଲି କିନ୍ତୁ…’… ବିରାଟ କୋହଲିଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲେ DCର କୋଚ୍

ନୂଆଦିଲ୍ଲୀ,୨୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲିଙ୍କ ବିରୋଧରେ ପୁଣିଥରେ ଏକ ବଡ଼ ଅଭିଯୋଗ ଆସିଛି। ପୂର୍ବତନ ଭାରତୀୟ ସ୍ପିନର୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?