ବୈଜ୍ଞାନିକଙ୍କ ମଞ୍ଜୁରୀ ପରେ ଟିକାକରଣ

ନୂଆଦିଲ୍ଲୀ, ୫।୧୨(ପି.ଟି.): ଦେଶର କରୋନା ସ୍ଥିତିକୁ ନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। କିଛି ସପ୍ତାହ ମଧ୍ୟରେ କୋଭିଡ୍‌ ଟିକା ପ୍ରସ୍ତୁତ ହେବ। ତେବେ ବୈଜ୍ଞାନିକମାନଙ୍କ ଅନୁମୋଦନ ପରେ ଦେଶରେ ଟିକାକରଣ ଆରମ୍ଭ ହେବ ବୋଲି ଊକ୍ତ ଭର୍ଚୁଆଲ ବୈଠକରେ ପ୍ରଧାନମନ୍ତ୍ରୀ କହିଥିଲେ। କରୋନା ରୋଗୀଙ୍କ ଚିକିତ୍ସାରେ ସାମିଲ ଥିବା ସ୍ବାସ୍ଥ୍ୟ କର୍ମଚାରୀମାନଙ୍କୁ ପ୍ରଥମେ ଏହି ଟିକା ଦିଆଯିବ। ଏଥିସହିତ ପୋଲିସ, ମ୍ୟୁନିସିପାଲ କର୍ମଚାରୀ ଆଦି ଫ୍ରଣ୍ଟଲାଇନ୍‌ ଓ୍ବାର୍କର ଏବଂ ଗୁରୁତର ସ୍ଥିତିରେ ଥିବା ବୃଦ୍ଧ ବ୍ୟକ୍ତିଙ୍କୁ ଟିକା ପ୍ରଦାନରେ ପ୍ରାଥମିକତା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।
ଦେଶରେ କରୋନା ସଂକ୍ରମଣ ପରେ ଏହା ସରକାରଙ୍କର ଦ୍ୱିତୀୟ ସର୍ବଦଳୀୟ ବୈଠକ। ଭାରତକୁ ମିଳିବାକୁ ଥିବା ୮ଟି ଟିକାର ବିଭିନ୍ନ ପର୍ଯ୍ୟାୟ ପରୀକ୍ଷା ଚାଲିଛି। ଭାରତରେ ପ୍ରସ୍ତୁତ ହେବାକୁ ଥିବା ୩ ଟିକା ମଧ୍ୟ ବିଭିନ୍ନ ପର୍ଯ୍ୟାୟ ପରୀକ୍ଷାରେ ରହିଛି। ଟିକା ପାଇଁ ସାରା ଦେଶ ପ୍ରତୀକ୍ଷା କରିଥିବାବେଳେ କୌଣସି ଅସାବଧାନତା ବହୁ କ୍ଷତି ଘଟାଇପାରେ। ତେଣୁ ମହାମାରୀକୁ ରୋକିବା ପାଇଁ ଜନସଚେତନତା ସୃଷ୍ଟି କରିବା ସହ ଲୋକଙ୍କୁ ଗୁଜବରୁ ରକ୍ଷା କରିବା ଲାଗି ପ୍ରଧାନମନ୍ତ୍ରୀ ଦଳଗୁଡ଼ିକୁ ଅନୁରୋଧ କରିଥିଲେ। ବୈଠକରେ କଂଗ୍ରେସର ଅଧୀର ରଞ୍ଜନ ଚୌଧୁରୀ, ଗୁଲାମ ନବୀ ଆଜାଦ, ଏନ୍‌ସିପିର ଶରଦ ପାଓ୍ବାର, ଟିଏମ୍‌ସିର ସୁଦୀପ ବନ୍ଦୋପାଧ୍ୟାୟ, ସମାଜବାଦୀ ପାର୍ଟିର ରାମଗୋପାଳ ଯାଦବ ପ୍ରମୁଖ ଥିଲେ। ଏହା ବ୍ୟତୀତ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ, ଅମିତ୍‌ ଶାହା, ପ୍ରହଲ୍ଲାଦ ଜୋଷୀ ଏବଂ ହର୍ଷବର୍ଦ୍ଧନ ମଧ୍ୟ ବୈଠକରେ ଯୋଗଦେଇଥିଲେ। ଓଡ଼ିଶାରୁ ବିଜେଡି ଏମ୍‌ପି ଚନ୍ଦ୍ରଶେଖର ସାହୁ ସର୍ବଦଳୀୟ ବୈଠକରେ ଯୋଗଦେଇ କେନ୍ଦ୍ର ନିକଟରେ ଦୁଇଟି ଦାବି ରଖିଥିଲେ। ଟିକାକରଣ କାର୍ଯ୍ୟକ୍ରମରେ ଓଡ଼ିଶାକୁ ପ୍ରାଥମିକତା ଦେବା ସହ ତୃଣମୂଳ ସ୍ତରୀୟ ଡାଟାବେସ୍‌ ପ୍ରସ୍ତୁତ କରିବାକୁ ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri