ଆଜିଠୁ ପୁଣି ଟିକାକରଣ: କେନ୍ଦ୍ର ସଂଖ୍ୟା ବଢ଼ିଲା

ଭୁବନେଶ୍ୱର,୧୮।୧(ବ୍ୟୁରୋ): କରୋନା ମହାମାରୀକୁ ହରାଇବା ପାଇଁ ଓଡ଼ିଶାରେ ଶନିବାରଠାରୁ ଟିକାକରଣ ଆରମ୍ଭ ହୋଇଛି। ରବିବାର ଟିକା ପ୍ରଦାନ ବନ୍ଦ ଥିବାବେଳେ ସୋମବାରଠାରୁ ପୁଣି ଆରମ୍ଭ ହୋଇଛି। ତେବେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଟିକାକରଣ କେନ୍ଦ୍ର ସଂଖ୍ୟାକୁ ବୃଦ୍ଧି କରାଯାଇଛି। ଏଣିକି ସମସ୍ତ ଘରୋଇ ଓ ସରକାରୀ ମେଡିକାଲ କଲେଜରେ ୫ଟି ସେସନରେ ଟିକାକରଣ ହେବ। ପ୍ରତି ସେସନରେ ୨ଶହ ଜଣଙ୍କୁ ଟିକା ଦିଆଯିବ। ସେହିପରି ଜିଲା ମୁଖ୍ୟ ଚିକିତ୍ସାଳୟ ଓ ଉପଖଣ୍ଡ ସ୍ତରୀୟ ଚିକିତ୍ସାଳୟରେ ଦୁଇଟି ସେସନରେ ଟିକାକରଣ କରାଯିବ। ଏହିସବୁ ସ୍ଥାନରେ ୨ଶହ ଜଣଙ୍କୁ ଟିକା ଦିଆଯିବ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେହିଭଳି ସୋମବାରଠାରୁ ୫ ବଦଳରେ ୬ଜଣ ଭାକ୍ସିନ ଇନ୍‌ଚାର୍ଜ ରହିବେ। କିନ୍ତୁ ପିଏଚ୍‌ସି ଓ ସିଏଚ୍‌ସି ଟିକାକରଣ କେନ୍ଦ୍ରରେ ପୂର୍ବ ନିର୍ଦ୍ଧାରିତ ନିୟମ ଅନୁଯାୟୀ ଟିକାକରଣ କରାଯିବ। ଟିକାକରଣର ପ୍ରଥମ ଦିନରେ ରାଜ୍ୟରେ ୧୩ ହଜାର ୯୮୦ ଲୋକଙ୍କୁ ଟିକା ଦିଆଯାଇଛି। ଆସନ୍ତା ୨୫ ତାରିଖ ସୁଦ୍ଧା ସାରା ରାଜ୍ୟରେ ୩ ଲକ୍ଷ ୨୮ ହଜାର ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବାକୁ ଲକ୍ଷ୍ୟ ରଖାଯାଇଛି। ଢେଙ୍କାନାଳ, ସାଲେପୁର ଓ ରାୟଗଡ଼ାରେ କେତେଜଣଙ୍କଠାରେ ସାମାନ୍ୟ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେଇଥିଲା। ନର୍ଭସ୍‌ନେସ୍‌ ପାଇଁ ଏହା ହୋଇଥିଲା ଓ ପରବର୍ତ୍ତୀ ସମୟରେ ସବୁକିଛି ଠିକ୍‌ ହୋଇଯାଇଥିଲା। ଏହା ଉପରେ ବିଭାଗ ନଜର ରଖିଛି ବୋଲି ସଚିବ ପାଣିଗ୍ରାହୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri