ଚର୍ମବିଣ୍ଡି ରୋଗର ପ୍ରତିଷେଧକ ଟୀକା ଲାଗି ଟୀକାକରଣ ଦେୟ ଛାଡ଼

ଭୁବନେଶ୍ବର,୧୬ା୧୨(ବ୍ୟୁରୋ):ରାଜ୍ୟରେ ଗୋମହିଷାଦିଙ୍କୁ ଦିଆଯାଉଥିବା ଚର୍ମବିଣ୍ଡି ରୋଗର ପ୍ରତିଷେଧକ ଟୀକା ନିମନ୍ତେ ଦେୟ ଛାଡ଼ କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଚର୍ମବିଣ୍ଡି ରୋଗର ଟୀକାକରଣ ଦେୟ ଛାଡ଼ କରାଯାଇ ଚିକିତ୍ସାକୁ ତ୍ୱରାନ୍ବିତ କରାଯାଇଛି ବୋଲି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି। ରାଜ୍ୟରେ ଚର୍ମବିଣ୍ଡି ରୋଗକୁ ପ୍ରତିହତ କରିବା ପାଇଁ ମତ୍ସ୍ୟ ଓ ପ୍ରାଣୀମ୍ପପଦ ବିକାଶ ବିଭାଗ ପକ୍ଷରୁ ବ୍ୟାପକ ଟୀକାକରଣ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ସମସ୍ତ ଗୋମହିଷାଦିଙ୍କର ଟୀକାକରଣ କରାଯିବା ପାଇଁ ପଦକ୍ଷେପ ନିଆଯାଇଛି। ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶାଳୟ ପକ୍ଷରୁ ଅଦ୍ୟାବଧି ୧୫ ଲକ୍ଷ ଡୋଜ ଟୀକା ରାଜ୍ୟର ବିଭିନ୍ନ ପ୍ରାଣୀଚିକିତ୍ସା କେନ୍ଦ୍ର ଓ ପ୍ରାଣୀଧନ କେନ୍ଦ୍ରକୁ ପଠାଯାଇଛି। ଖୁବଶୀଘ୍ର ଆଉ ୨୭ ଲକ୍ଷ ଡୋଜ ଟୀକା ପଠାଯିବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଛି। ସୂଚନାଯୋଗ୍ୟ ଯେ, ରାଜ୍ୟର ୩୧୪ଟି ଭ୍ରାମ୍ୟମାଣ ୟୁନିଟ୍‌, ୫୪୧ଟି ପ୍ରାଣୀଚିକିତ୍ସା କେନ୍ଦ୍ର ଏବଂ ୩୨୩୯ଟି ପ୍ରାଣୀସମ୍ପଦ ସହାୟକ କେନ୍ଦ୍ର ମାଧ୍ୟମରେ ଚର୍ମବିଣ୍ଡି ଆକ୍ରାନ୍ତଙ୍କ ଚିକିତ୍ସା କରାଯାଇଛି। ଚର୍ମବିଣ୍ଡି ରୋଗ ବିଷୟରେ ବିଶେଷଜ୍ଞଙ୍କଠାରୁ ପରାମର୍ଶ ପାଇବା ପାଇଁ ଟୋଲ୍‌ ଫ୍ରି ୧୫୫୩୩୩ କିମ୍ବା ୧୯୬୨ରେ ଡାଏଲ୍‌ କରିବାକୁ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri