ବ୍ରିଟେନ୍‌ରେ ଟିକାକରଣ: ଭାରତୀୟ ବଂଶୋଦ୍ଭବ ହାରି ଶୁକ୍ଳାଙ୍କୁ ଟିକା

ନୂଆଦିଲ୍ଲୀ,୮।୧୨: ବ୍ରିଟେନରେ ମଙ୍ଗଳବାରଠାରୁ ଲୋକଙ୍କୁ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ପ୍ରତିଷେଧକ ଟିକା ଦିଆଯିବା ଆରମ୍ଭ ହୋଇଛି। ପ୍ରଥମ ଟିକା ୯୦ ବର୍ଷ ବୟସ୍କା ମହିଳା ମାଗରିଟ୍‌ କିନାନ୍‌ଙ୍କୁ ଦିଆଯାଇଛି। ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ଟିକା ନେବାରେ ସେ ଦୁନିଆର ପ୍ରଥମ ମହିଳା। ସେହିପରି ୮୭ ବର୍ଷ ବୟସ୍କ ଭାରତୀୟ ବଂଶୋଦ୍ଭବ ହାରି ଶୁକ୍ଳାଙ୍କୁ ମଧ୍ୟ ଟିକା ଦିଆଯାଇଛି। ଦେଶର ୫୦ଟି ହସ୍ପିଟାଲରେ ଟିକାରଣ କାର୍ଯ୍ୟ ଆରମ୍ଭ ହୋଇଛି। ମୋଟ ୮ ଲକ୍ଷ ଟିକା ଲୋକଙ୍କୁ ଦିଆଯିବ। ଟିକାକରଣ କାର୍ଯ୍ୟ ପାଇଁ ସରକାରଙ୍କ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାମଡ଼ି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ବୀକୃତି ପାଇବା ପରେ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ଟିକା ଦିଆଯିବା ଲାଗି ଯୋଜନାବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ ହୋଇଥିବା କୁହାଯାଉଛି। ଏହା ଦ୍ୱାରା ପ୍ରଥମ ପାଶ୍ଚାତ୍ୟ ଦେଶ ଭାବେ ବ୍ରିଟେନ୍‌ରେ କରୋନା ଟିକା ଉପଲବ୍ଧ ହୋଇଛି। ଫାଇଜର ଟିକା କରୋନା ଭୁତାଣୁ ବିରୋଧରେ ୯୫ ପ୍ରତିଶତରୁ ଅଧିକ ସୁରକ୍ଷା ପ୍ରଦାନ କରିବାକୁ ସକ୍ଷମ ହେଉଥିବା ପ୍ରସ୍ତୁତକାରୀ କମ୍ପାନୀ ପକ୍ଷରୁ କୁହାଯାଇଛି। ବ୍ରିଟେନ୍‌ରେ ଟିକା ଉପଲବ୍ଧ ପାଇଁ ଜର୍ମାନୀର ବାୟୋଫାର୍ମାସ୍ୟୁଟିକାଲ କମ୍ପାନୀ ବାୟୋଏନ୍‌ଟେକ୍‌ ଏହାର ଆମେରିକା ସହଯୋଗୀ ଫାଇଜର ପକ୍ଷରୁ ୟୁରୋପୀୟ ମହାସଂଘ ସମ୍ମୁଖରେ ଟିକା ପଞ୍ଜିକରଣ ପାଇଁ ଔପଚାରିକ ଭାବେ ଆବେଦନ କରାଯାଇଥିଲା। ପରେ ଏହାକୁ ମଞ୍ଜୁରୀ ମିଳିଥିଲା। ବ୍ରିଟେନ୍‌ର ମେଡିସିନ୍‌ ଏବଂ ହେଲଥ୍‌ କେୟାର ପ୍ରଡକ୍ଟ ରେଗୁଲେଟାରୀ ଏଜେନ୍ସି ଏହି ଟିକାର ଗୁଣବତ୍ତା ଆକଳନ ଲାଗି ମଞ୍ଜୁରୀ ଦେଇଥିଲେ। ଏହାପରେ ୟୁରୋପୀୟ ମହାସଂଘର ସ୍କଟଲାଣ୍ଡ୍‌, ଓ୍ବାଲେସ୍‌ ଏବଂ ଉତ୍ତର ଅୟାରଲାଣ୍ଡରେ ମଧ୍ୟ ଟିକାକରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri