ଟିକାକରଣ ଯୋଗୁ ଦେଶରେ ସୃଷ୍ଟି ହୋଇଛନ୍ତି ୨ ଭିନ୍ନ ଭିନ୍ନ ବର୍ଗ, କହିଲେ ହାଇକୋର୍ଟ…

କୋଚି,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ମହାମାରୀ ବିରୋଧରେ ଲଢ଼େଇ ଅନ୍ତର୍ଗତ ଟିକାକରଣ ଅଭିଯାନ ଦେଶବ୍ୟାପୀ ଜାରି ରହିଛ। ଏପରିସ୍ଥଳେ କେରଳ ହାଇକୋର୍ଟ କହିଛନ୍ତି ଯେ କେନ୍ଦ୍ର ସରକାରଙ୍କ ଟିକାକରଣ ଯୋଜନା ଦେଶରେ ନାଗରିକଙ୍କ ଦୁଇଟି ଭିନ୍ନ ଭିନ୍ନ ବର୍ଗ ସୃଷ୍ଟି କରିଛି।

ଗୋଟିଏ ବର୍ଗ, ଯେଉଁମାନେ କୋଭାକ୍ସିନ ନେଇଛନ୍ତି ଏବଂ କୋଭିଶିଲ୍ଡ ନେଇଥିବା ବର୍ଗ। କୋଭାକ୍ସିନ ନେଇଥିବା ବର୍ଗଙ୍କ ଗତିବିଧି ସୀମିତ ରହିଛି। ଅପରପକ୍ଷରେ କୋଭାଶିଲ୍ଡ ନେଇଥିବା ବର୍ଗ ଯେ କୌଣସି ସ୍ଥାନକୁ ବା ବିଦେଶକୁ ସହଜରେ ଯାଇପାରୁଛନ୍ତି।

ଅନ୍ତର୍ଜାତୀୟ ସ୍ତରରେ ସ୍ବୀକୃତିପ୍ରାପ୍ତ ଟିକା ପାଇବା ପାଇଁ ତୃତୀୟ ଡୋଜ୍‌ ନେବା ଲାଗି ଜଣେ ବ୍ୟକ୍ତିଙ୍କ ଆବେଦନର ଣୁଣାଣି କରି ବିଚାରପତି ପି.ଭି କୁହ୍ନିକୃଷ୍ଣନଙ୍କ ନେତତ୍ୱରେ ଗଠିତ ଖଣ୍ଡପୀଠ ଏହି ମନ୍ତବ୍ୟ ଦେଇଛନ୍ତି।
ସୌଦି ଆରବରେ ୱେଲଡର ଭାବରେ କାର୍ଯ୍ୟ କରୁଥିବା ଆବେଦନକାରୀ ତୃତୀୟ ଥର ପାଇଁ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। କାରଣ ସେ ନେଇଥିବା କୋଭାକ୍ସିନର ଦୁଇଟି ଡୋଜ ଗଲ୍ଫ ଦେଶରେ ସ୍ବୀକୃତିପ୍ରାପ୍ତ ନୁହେଁ। ଏହି କାରଣରୁ ସେ ଚାକିରୀ ହରାଇବାର ଆଶଙ୍କା ରହିଛି। ସେ ଅନ୍ତର୍ଜାତୀୟ ସ୍ତରରେ ସ୍ବୀକୃତିପ୍ରାପ୍ତ ଟିକା ନ ନେଲେ ସେଠାକୁ ଯାଇପାରିବେ ନାହିଁ।

ଖଣ୍ଡପୀଠ କହିଛନ୍ତି ଯେ ଆବେଦନକାରୀଙ୍କୁ ତୃତୀୟ ଡୋଜ ଦିଆଯିବା ଉଚିତ କି ନୁହେଁ ତାହାର ନିର୍ଦ୍ଦେଶ କୋର୍ଟ ଦେବେ ନାହିଁ। କିନ୍ତୁ କେନ୍ଦ୍ର ସରକାରଙ୍କୁ ଏକ ମାସ ମଧ୍ୟରେ ଏହାର ସମାଧାନ କରିବାକୁ ପଡିବ। ଶୁଣାଣି ସମୟରେ କେନ୍ଦ୍ର ସରକାରଙ୍କ ଆଇନଜୀବୀ କୋର୍ଟଙ୍କୁ କହିଛନ୍ତି ଯେ ସୁପ୍ରିମକୋର୍ଟରେ ଏଭଳି ଏକ ମାମଲା ବିଚାରାଧୀନ ଅଛି, ଯାହା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ନିଷ୍ପତ୍ତିକୁ ଅପେକ୍ଷା କରିବାକୁ ପଡ଼ିବ।

କୋର୍ଟ କହିଛନ୍ତି ଯେ ଯଦି ଏହି ନିଷ୍ପତ୍ତି ନେବାରେ କେନ୍ଦ୍ର ଅଧିକ ସମୟ ନେବାକୁ ଚାହୁଁଛି, ତେବେ ବିଦେଶରେ କାମ କଲେ ମିଳୁଥିବା ଦରମା ହିସାବରେ ଆବେଦନକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ଲାଗି ଏକ ନିର୍ଦ୍ଦେଶ ଦିଆଯାଇପାରିବ। ବିଚାରପତି କହିଛନ୍ତି ଯେ କୋର୍ଟ କେବଳ ଦର୍ଶକଙ୍କ ପରି ଚୁପଚାପ ବସିପାରିବେ ନାହିଁ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ କୋର୍ଟ ନଭେମ୍ବର ୫ ସ୍ଥିର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?