ଏବେ ୫ ମହାନଗର ନିଗମରେ ଟିକାକରଣ

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟକୁ ଶନିବାର ଆସିଥିବା ୧ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଟିକା କେବଳ ୫ଟି ମହାନଗର ନିଗମରେ ଦିଆଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ନିଷ୍ପତ୍ତି ନେଇଛି। ଏ ନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଶନିବାର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର ଏବଂ ଜିଲା ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। ରାଜ୍ୟ ସରକାରଙ୍କ ଫଣ୍ଡ୍‌ରୁ ୧୮ରୁ ୪୪ବର୍ଷ ବୟସ୍କଙ୍କୁ ଟିକା ଦେବା ପାଇଁ ବ୍ୟବସ୍ଥା ହୋଇଛି। ବର୍ତ୍ତମାନ ଟିକା ଉତ୍ପାଦନକାରୀ ସଂସ୍ଥା କମ୍‌ ପରିମାଣର ଟିକା ଯୋଗାଣ ପାଇଁ ସକ୍ଷମ ଥିବାରୁ ଆମେ ଏହି ବର୍ଗର ଟିକାକରଣ କେବଳ ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲା ମହାନଗର ନିଗମରେ ଆରମ୍ଭ କରୁଛୁ। ଯେତେବେଳେ ଟିକା ଯୋଗାଣ ବୃଦ୍ଧି ପାଇବ, ସେତେବେଳେ ଅନ୍ୟ ଜିଲାରେ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବ ବୋଲି ମହାପାତ୍ର ଚିଠିରେ ଲେଖିଛନ୍ତି। ପ୍ରତିଦିନ ସକାଳ ୮ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଟିକାକରଣ ଚାଲିବ। ଏହାପରେ ୪୫ ଏବଂ ଊର୍ଦ୍ଧ୍ୱ ବୟସ୍କଙ୍କୁ ଅପରାହ୍ନ ୩ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଟିକା ଦିଆଯିବ। ଘରୋଇ ହସ୍ପିଟାଲରେ ସରକାରଙ୍କ ପକ୍ଷରୁ ମାଗଣାରେ ଟିକାକରଣ ହେବ। ତେବେ ସେମାନେ ହିତାଧିକାରୀଙ୍କଠାରୁ ସର୍ଭିସ ଚାର୍ଜ ବାବଦରେ ୧୦୦ ଟଙ୍କା ଆଦାୟ କରିବେ। ଘରୋଇ ହସ୍ପିଟାଲଗୁଡ଼ିକ ସରକାରୀ ଟିକାକରଣ କେନ୍ଦ୍ର କରିବା ପାଇଁ ଜିଲା ଟାସ୍କ ଫୋର୍ସ କମିଟିଠାରୁ ଅନୁମତି ଆଣିବେ। କୋୱିନ ପୋର୍ଟାଲରେ ହସ୍ପିଟାଲ ପଞ୍ଜୀକରଣ ହେବା ବାଧ୍ୟତାମୂଳକ। ଘରୋଇ ହସ୍ପିଟାଲଗୁଡ଼ିକୁ ଏକ ଅଣ୍ଡରଟେକିଂ ଦେବାକୁ ପଡ଼ିବ। ଯେବେ ଟିକା ଉପତ୍ାଦନକାରୀ ସଂସ୍ଥାଠାରୁ ଟିକା ଆଣିବେ, ସେବେଠାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଟିକା ଯୋଗାଣ ବନ୍ଦ କରାଯିବ ବୋଲି ଅଣ୍ଡରଟେକିଂରେ ସେମାନେ ଉଲ୍ଲେଖ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?