ଆଜିଠୁ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ ଆରମ୍ଭ ହେବ। ପୂର୍ବରୁ ରାଜ୍ୟରେ ଦୈନିକ ଦେଢ଼ ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଉଥିବାବେଳେ ଏହା ଦୁଇଗୁଣ ହେବ। ଅର୍ଥାତ୍‌ ଏଣିକି ଦୈନିକ ୩ ଲକ୍ଷ ଟିକାକରଣ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ବର୍ତ୍ତମାନ ରାଜ୍ୟରେ ମୋଟ୍‌ ୩,୦୯,୮୫,୫୩୮ ହିତାଧିକାରୀଙ୍କୁ ଟିକାକରଣ ପାଇଁ ଲକ୍ଷ୍ୟ ରଖାଯାଇଛି। ଏଥିମଧ୍ୟରେ ୧୮ରୁ ୪୪ବର୍ଷ ବର୍ଗର ୧,୯୩,୮୧,୬୯୩ ଜଣ ଏବଂ ୧,୧୬,୦୩,୮୪୫ଜଣ ୪୫ବର୍ଷ ଓ ଏହାଠାରୁ ଊର୍ଦ୍ଧ୍ୱ ବୟସର ହିତାଧିକାରୀ ରହିଛନ୍ତି। ଏବେ ଦୈନିକ ୩ଲକ୍ଷ ଟିକାକରଣ ପାଇଁ ସରକାର ନିର୍ଦ୍ଦେଶ ଦେଇଥିବାରୁ କେଉଁ ଜିଲାରେ କେତେଜଣ ହିତାଧିକାରୀ ଟିକା ନେବେ ସେ ନେଇ ମଧ୍ୟ ସ୍ବାସ୍ଥ୍ୟ ବିଭାଗ ତାଲିକା ପ୍ରସ୍ତୁତ କରିଛି। କେନ୍ଦ୍ର ସରକାର ପଠାଇଥିବା ଓ ରାଜ୍ୟ ସରକାର
କିଣିଥିବା ଟିକା ଲୋକଙ୍କୁ ଦିଆଯିବ। ଟିକାକରଣ ପାଇଁ ପ୍ରତି ବ୍ଲକ ଓ ଏନ୍‌ଏସିରେ ୫ଟି ଲେଖାଏ ସେସନ୍‌ କରାଯିବ। ପୌରପରିଷଦରେ ୧୦ଟି ଓ ମହାନଗର ନିଗମରେ ୨୦ଟି ସେସନ୍‌ କରାଯିବ। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି କରାଯାଇଛି। ସୁବିଧା ଅନୁସାରେ ଟିକାକରଣ ପାଇଁ ଅନ୍‌ଲାଇନ୍‌ ବା ଅଫ୍‌ଲାଇନ୍‌ରେ ପଞ୍ଜୀକରଣ କରିବାକୁ ଜିଲାଗୁଡ଼ିକୁ କୁହାଯାଇଛି। ସେହିପରି ଟିକାର ଦ୍ୱିତୀୟ ଡୋଜ୍‌ ନେବାକୁ ଥିବା ଲୋକେ ଯେପରି ଠିକ୍‌ ସମୟରେ ଟିକା ନେଇପାରିବେ, ତାହା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍‌ଡିଏ

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି…

ଶାସନରେ ଭୟ

ଭାରତରେ ଯେବେ ଏକ ପ୍ରକଳ୍ପ ଅଟକିଯାଏ, ଖର୍ଚ୍ଚ ବଢ଼ିଯାଏ ଆମେ ସ୍ବାଭାବିକ ଭାବରେ ସେଥିରେ ଦୁର୍ନୀତି କଥା ଉଠାଇଥାଉ। କିନ୍ତୁ ବେଳେ ବେଳେ ବ୍ୟବସ୍ଥାର ନିଷ୍କ୍ରିୟତା ଯୋଗୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri