ଆଜିଠୁ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ ଆରମ୍ଭ ହେବ। ପୂର୍ବରୁ ରାଜ୍ୟରେ ଦୈନିକ ଦେଢ଼ ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଉଥିବାବେଳେ ଏହା ଦୁଇଗୁଣ ହେବ। ଅର୍ଥାତ୍‌ ଏଣିକି ଦୈନିକ ୩ ଲକ୍ଷ ଟିକାକରଣ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ବର୍ତ୍ତମାନ ରାଜ୍ୟରେ ମୋଟ୍‌ ୩,୦୯,୮୫,୫୩୮ ହିତାଧିକାରୀଙ୍କୁ ଟିକାକରଣ ପାଇଁ ଲକ୍ଷ୍ୟ ରଖାଯାଇଛି। ଏଥିମଧ୍ୟରେ ୧୮ରୁ ୪୪ବର୍ଷ ବର୍ଗର ୧,୯୩,୮୧,୬୯୩ ଜଣ ଏବଂ ୧,୧୬,୦୩,୮୪୫ଜଣ ୪୫ବର୍ଷ ଓ ଏହାଠାରୁ ଊର୍ଦ୍ଧ୍ୱ ବୟସର ହିତାଧିକାରୀ ରହିଛନ୍ତି। ଏବେ ଦୈନିକ ୩ଲକ୍ଷ ଟିକାକରଣ ପାଇଁ ସରକାର ନିର୍ଦ୍ଦେଶ ଦେଇଥିବାରୁ କେଉଁ ଜିଲାରେ କେତେଜଣ ହିତାଧିକାରୀ ଟିକା ନେବେ ସେ ନେଇ ମଧ୍ୟ ସ୍ବାସ୍ଥ୍ୟ ବିଭାଗ ତାଲିକା ପ୍ରସ୍ତୁତ କରିଛି। କେନ୍ଦ୍ର ସରକାର ପଠାଇଥିବା ଓ ରାଜ୍ୟ ସରକାର
କିଣିଥିବା ଟିକା ଲୋକଙ୍କୁ ଦିଆଯିବ। ଟିକାକରଣ ପାଇଁ ପ୍ରତି ବ୍ଲକ ଓ ଏନ୍‌ଏସିରେ ୫ଟି ଲେଖାଏ ସେସନ୍‌ କରାଯିବ। ପୌରପରିଷଦରେ ୧୦ଟି ଓ ମହାନଗର ନିଗମରେ ୨୦ଟି ସେସନ୍‌ କରାଯିବ। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି କରାଯାଇଛି। ସୁବିଧା ଅନୁସାରେ ଟିକାକରଣ ପାଇଁ ଅନ୍‌ଲାଇନ୍‌ ବା ଅଫ୍‌ଲାଇନ୍‌ରେ ପଞ୍ଜୀକରଣ କରିବାକୁ ଜିଲାଗୁଡ଼ିକୁ କୁହାଯାଇଛି। ସେହିପରି ଟିକାର ଦ୍ୱିତୀୟ ଡୋଜ୍‌ ନେବାକୁ ଥିବା ଲୋକେ ଯେପରି ଠିକ୍‌ ସମୟରେ ଟିକା ନେଇପାରିବେ, ତାହା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri