ନୂଆବର୍ଷ ଆରମ୍ଭରୁ ହୋଇପାରେ ଟିକାକରଣ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ)- ନୂଆବର୍ଷ ଆରମ୍ଭରୁ ରାଜ୍ୟରେ କରୋନା ଟିକାକରଣ ହୋଇପାରେ। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଆସିଲେ ରାଜ୍ୟରେ ଟିକାକରଣ ପ୍ରକ୍ରିୟା ଆରମ୍ଭ ହେବ। ଏନେଇ ବୁଧବାର ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଟିକା ଆସିବା ପରେ କିପରି ବଣ୍ଟନ ହେବ ତାହାର ସମ୍ପୂର୍ଣ୍ଣ ରୂପରେଖ ପ୍ରସ୍ତୁତ ହୋଇଛି। ଟିକାକରଣର ପୂରା ପରିଚାଳନା ନେଇ ଦୈନିକ ଭାବେ ପ୍ରସ୍ତୁତି କରାଯାଉଛି। ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ। ଟିକାକରଣ ପାଇଁ ରାଜ୍ୟରେ ୧,୨୨୨ କୋଲ୍ଡ ଚେନ୍‌ ପଏଣ୍ଟ ପ୍ରସ୍ତୁତ ରହିଛି। ଏହାସହ ଟିକାକରଣ ପାଇଁ ଆବଶ୍ୟକ ଥିବା ୨୧ ଲକ୍ଷ ସିରିଞ୍ଜ ଓ ୨୬ଟି ଆଇଏଲ୍‌ଆର୍‌ ମଧ୍ୟ ଆସିଛି। ଟିକାକରଣ ପାଇଁ ରାଜ୍ୟରେ ୮୦୦୦ରୁ ଅଧିକ କର୍ମୀ ପ୍ରସ୍ତୁତ ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି।…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri