ନୂଆବର୍ଷ ଆରମ୍ଭରୁ ହୋଇପାରେ ଟିକାକରଣ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ)- ନୂଆବର୍ଷ ଆରମ୍ଭରୁ ରାଜ୍ୟରେ କରୋନା ଟିକାକରଣ ହୋଇପାରେ। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଆସିଲେ ରାଜ୍ୟରେ ଟିକାକରଣ ପ୍ରକ୍ରିୟା ଆରମ୍ଭ ହେବ। ଏନେଇ ବୁଧବାର ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଟିକା ଆସିବା ପରେ କିପରି ବଣ୍ଟନ ହେବ ତାହାର ସମ୍ପୂର୍ଣ୍ଣ ରୂପରେଖ ପ୍ରସ୍ତୁତ ହୋଇଛି। ଟିକାକରଣର ପୂରା ପରିଚାଳନା ନେଇ ଦୈନିକ ଭାବେ ପ୍ରସ୍ତୁତି କରାଯାଉଛି। ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ। ଟିକାକରଣ ପାଇଁ ରାଜ୍ୟରେ ୧,୨୨୨ କୋଲ୍ଡ ଚେନ୍‌ ପଏଣ୍ଟ ପ୍ରସ୍ତୁତ ରହିଛି। ଏହାସହ ଟିକାକରଣ ପାଇଁ ଆବଶ୍ୟକ ଥିବା ୨୧ ଲକ୍ଷ ସିରିଞ୍ଜ ଓ ୨୬ଟି ଆଇଏଲ୍‌ଆର୍‌ ମଧ୍ୟ ଆସିଛି। ଟିକାକରଣ ପାଇଁ ରାଜ୍ୟରେ ୮୦୦୦ରୁ ଅଧିକ କର୍ମୀ ପ୍ରସ୍ତୁତ ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri