ଟିକାକରଣ: ତୃତୀୟ ସ୍ଥାନରେ ଓଡ଼ିଶା

ଭୁବନେଶ୍ୱର, ୨୪।୧(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ଟିକାକରଣ ଅଭିଯାନ ସଫଳ ଭାବେ ଚାଲିଛି। ସର୍ବଭାରତୀୟ ସ୍ତରରେ ଟିକାକରଣରେ ଓଡ଼ିଶା ତୃତୀୟ ସ୍ଥାନରେ ରହିଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଶନିବାର ସୂଚନା ଦେଇଛନ୍ତି। ସୂଚନାନୁଯାୟୀ, କର୍ନାଟକ ଓ ଆନ୍ଧ୍ରପ୍ରଦେଶ ପରେ ତୃତୀୟ ସ୍ଥାନରେ ଓଡ଼ିଶା ରହିଛି। ଗତ ୭ଦିନ ଭିତରେ କର୍ନାଟକରେ ସର୍ବାଧିକ ୧,୮୨, ୫୦୩ ଜଣ ସ୍ବାସ୍ଥ୍ୟକର୍ମୀ ଟିକା ନେଇଛନ୍ତି। ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ୧,୩୦,୦୦୭ ଜଣଙ୍କୁ ଟିକା ଦିଆଗଲାଣି। ପାଣିଗ୍ରାହୀ କହିଛନ୍ତି, ସମସ୍ତଙ୍କର ଟିକାକରଣ କରିବାକୁ ଚେଷ୍ଟା କରାଯିବ। ଶୁକ୍ରବାର ଲକ୍ଷ୍ୟ ଧାର୍ଯ୍ୟଠାରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି। ମୋଟ ୧୬,୩୮୪ ଜଣଙ୍କୁ ଟିକା ଦିଆଯାଇଛି। ୨୨୧ ସେସନ ସାଇଟ୍‌ରେ ୨୦,୩୩୦ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ।

ସେପଟେ ରାଜ୍ୟକୁ ତୃତୀୟ ପର୍ଯ୍ୟାୟରେ ଟିକା ଆସି ପହଞ୍ଚତ୍ଛି। ତେବେ ଏଥର ଭାରତ ବାୟୋଟେକ୍‌ର ‘କୋଭାକ୍ସିନ’ ଟିକା ଆସିଛି। ଶନିବାର ସକାଳ ୮ଟା ୧୭ମିନିଟ୍‌ରେ ଏକ ସ୍ବତନ୍ତ୍ର କାର୍ଗୋ ବିମାନରେ ୧,୪୯, ୭୬୦ ଡୋଜ୍‌ କୋଭାକ୍ସିନ ଅଣାଯାଇିଛି। ଏସବୁ ଷ୍ଟେଟ୍‌ ଭାକ୍ସିନ୍‌ ଷ୍ଟୋରରୁ ରିଜିଓନାଲ ଷ୍ଟୋରକୁ ପଠାଯିବ। ସେଠାରୁ ପ୍ରତି ଜିଲାକୁ ଯିବ। ସେହିପରି ହିତାଧିକାରୀଙ୍କୁ ଗୋଟିଏ କମ୍ପାନୀର ହିଁ ଟିକା ଦିଆଯିବ। ଅର୍ଥାତ ପ୍ରଥମ ଡୋଜ୍‌ ଯାହା ଦିଆଯିବ, ଦ୍ୱିତୀୟ ଡୋଜ୍‌ ମଧ୍ୟ ସେହି ଟିକା ଦିଆଯିବ। ଏପରି ନ କଲେ ଶରୀରର ପ୍ରତିରୋଧକ ଶକ୍ତି ଉପରେ ପ୍ରଭାବ ପଡ଼ିବ ବୋଲି ନିର୍ଦ୍ଦେଶକ ପାଣିଗ୍ରାହୀ କହିଛନ୍ତି।
ରାଜ୍ୟରେ ଶନିବାର ମଧ୍ୟ ଧାର୍ଯ୍ୟ ଟିକାକରଣଠାରୁ ଅଧିକ ହୋଇଛି। ୨୨୪ଟି ସେସନରେ ୨୧,୩୦୪ ଜଣଙ୍କୁ ଟିକା ପ୍ରଦାନ ପାଇଁ ଲକ୍ଷ୍ୟ ରଖାଯାଇଥିଲା। ତେବେ ୨୨, ୩୬୪ ଜଣଙ୍କୁ ଟିକାକରଣ କରାଯାଇଛି। ଫଳରେ ୧୦୫ ପ୍ରତିଶତ ଟିକାକରଣ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ଏଥିମଧ୍ୟରୁ କୋଭିଶିିଲ୍ଡ ୨୦,୭୯୪ ଜଣଙ୍କୁ ଦିଆଯିବାର ଥିବାବେଳେ ୨୧,୮୯୮ ଜଣଙ୍କୁ ଦିଆଯାଇଛି। ସେହିପରି ୫୧୦ ଜଣଙ୍କୁ କୋଭାକ୍ସିନ ଟିକା ଦିଆଯିବାକୁ ଲକ୍ଷ୍ୟ ରହିଥିବା ବେଳେ ୪୬୬ଜଣଙ୍କୁ ଟିକାକରଣ କରାଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଶନିବାର କୌଣସି ହିତାଧିକାରୀଙ୍କର ପାର୍ଶ୍ୱ ପ୍ରତିକ୍ରିୟା ଦେଖାଯାଇ ନ ଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ରାଜ୍ୟରେ ସଂକ୍ରମଣ ହାର ଧୀରେ ଧୀରେ ହ୍ରାସ ପାଉଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୩୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୧୫୦ରେ ପହଞ୍ଚତ୍ଥିବାବେଳେ ମୃତ୍ୟୁ ସଂଖ୍ୟା ୧,୯୦୪କୁ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri