୨୪ କେନ୍ଦ୍ରରେ ଆଜିଠୁ ପିଲାଙ୍କୁ ଟିକା

ଅନୁଗୋଳ ଅଫିସ,୩ା୧:  ୧୫ରୁ ୧୮ ବର୍ଷ ବୟସର ପିଲାଙ୍କ କୋଭିଡ୍‌ ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏଥିପାଇଁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଟିକାକରଣକୁ ଶୃଙ୍ଖଳିତ ଭାବେ ପରିଚାଳନା ନିମନ୍ତେ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ତତ୍ତ୍ୱାବଧାନରେ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି। ଜିଲାରେ ମୋଟ୍‌ ୨୪ଟି କେନ୍ଦ୍ର ପ୍ରସ୍ତୁତ ହୋଇଥିବା ବେଳେ ସକାଳ ୮ରୁ ଅପରାହ୍ନ ୧ଟା ଯାଏ ଟିକା ଦିଆଯିବ। ପଞ୍ଜୀକରଣ କରି ନ ଥିବା ଛାତ୍ରୀଛାତ୍ରମାନେ ଆଧାରକାର୍ଡ କିମ୍ବା ସ୍କୁଲ ପରିଚୟପତ୍ର ଦେଖାଇ ଟିକା ନେଇପାରିବେ। ଅନୁଗୋଳ ପୌରପାଳିକା ଅଞ୍ଚଳର ଛାତ୍ରୀଛାତ୍ରମାନେ ଜିଲା ମୁଖ୍ୟ ଚିକିତ୍ସାଳୟରେ, ଅନୁଗୋଳ ବ୍ଲକ ପାଇଁ ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପୁରୁଣାଗଡ଼ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ବଅଁରପାଳ ବ୍ଲକ ପାଇଁ ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ବଳାରାମପ୍ରସାଦ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଛେଣ୍ଡିପଦା ବ୍ଲକ ପାଇଁ କୋଶଳା ଓ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଜରପଡ଼ା ଓ ପାତ୍ରପଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ପାଲଲହଡ଼ା ବ୍ଲକ ପାଇଁ ଖମାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ରଜଡଙ୍ଗ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ଉପଖଣ୍ଡ ଚିକିତ୍ସାଳୟ, କିଶୋରନଗର ବ୍ଲକ ପାଇଁ କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ହଣ୍ଡପା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଆଠମଲ୍ଲିକ ବ୍ଲକ ପାଇଁ ଉପଖଣ୍ଡ ଚିକିତ୍ସାଳୟ, ମାଧପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଠାକୁରଗଡ଼ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ତାଳଚେର ବ୍ଲକ ପାଇଁ ନେହେରୁ ଶତାବ୍ଦୀ କେନ୍ଦ୍ରୀୟ ଚିକିତ୍ସାଳୟ, ଗୋଡ଼ିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, କଳମଛୁଇଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ତାଳଚେର ପୌରାଞ୍ଚଳ ପାଇଁ ଉପଖଣ୍ଡ ଚିକିତ୍ସାଳୟ, କଣିହଁା ବ୍ଲକ ପାଇଁ କଣିହଁା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ବଜ୍ରକୋଟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ପବିତ୍ରନଗର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଟିକାକରଣ କରାଯିବ ବୋଲି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ

ଅନୁଗୋଳ, ୧୨।୨ (ମାନସ ବିଶ୍ୱାଳ): ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri