ଆଜିଠୁ ୧୫ରୁ ୧୮ ବର୍ଷ ପିଲାଙ୍କୁ ଟିକାକରଣ: ୮ ପରେ ଦଶମ ପିଲାଙ୍କୁ ଟିକା

ଭୁବନେଶ୍ୱର,୩।୧(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ ୧୫ରୁ ୧୮ ବର୍ଷ ବୟସର ପିଲାମାନଙ୍କ ଟିକାକରଣ ଆରମ୍ଭ ହେବ। ତେବେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଥିବାରୁ ସେମାନଙ୍କ ଟିକାକରଣ ପରେ ହେବ। ୮ ତାରିଖ ପରେ ଦଶମ ଶ୍ରେଣୀ ଓ ୧୧ ତାରିଖ ପରେ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ଟିକାଦାନ କରାଯିବ। ରବିବାର ଗଣଶିକ୍ଷା ଓ ସ୍ବାସ୍ଥ୍ୟ ବିଭାଗର ମିଳିତ ଆନୁକୂଲ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଜିଲାପାଳ, ଜିଲା ଶିକ୍ଷା ଅଧିକାରୀ ଓ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଏହି କାର୍ଯ୍ୟକ୍ରମକୁ ସଫଳ କରିବା ନିମନ୍ତେ ଦୈନିକ ଟିକାଦାନ ଅଗ୍ରଗତି ସମ୍ପର୍କରେ ଉଚ୍ଚ ମାଧ୍ୟମିକ ନିର୍ଦ୍ଦେଶାଳୟକୁ ଜଣାଇବା ପାଇଁ ପ୍ରମୁଖ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଡା. ବିଜୟ କୁମାର ପାଣିଗ୍ରାହୀ ଯୋଗଦେଇ ୨୦୦୭ ସୁଦ୍ଧା ଜନ୍ମ ହୋଇଥିବା ସମସ୍ତ ଛାତ୍ରୀଛାତ୍ର ଟିକାକରଣ ଅନ୍ତର୍ଭୁକ୍ତ ହେବେ ବୋଲି କହିଥିଲେ। ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ର ବା ବିଦ୍ୟାଳୟ ପରିସରରେ ଟିକାଦାନ ଅନୁଷ୍ଠିତ ହେବ। ଏଥିପାଇଁ ସ୍ବାସ୍ଥ୍ୟ ବିଭାଗ ତରଫରୁ ସମସ୍ତ ପ୍ରସ୍ତୁତି ସରିଛି। ଅଧ୍ୟକ୍ଷମାନେ ବିଦ୍ୟାଳୟ ପରିସରରେ ଟିକାଦାନ ପାଇଁ ଆବଶ୍ୟକୀୟ ସ୍ଥାନ ଯୋଗାଇ ଦେବେ ଓ ସମସ୍ତ ଛାତ୍ରୀଛାତ୍ରଙ୍କ ଟିକାଦାନ ପାଇଁ ସଚେତନତା ସୃଷ୍ଟି କରିବେ। ପ୍ରଥମ ଡୋଜ୍‌ ଟିକା ନେବାର ୨୮ରୁ ୪୨ ଦିନ ମଧ୍ୟରେ ଦ୍ୱିତୀୟ ଡୋଜ୍‌ ଟିକା ଦିଆଯିବ। କରୋନାରେ ପୀଡ଼ିତ ଛାତ୍ରୀଛାତ୍ର ସୁସ୍ଥ ହେବାର ୩ ମାସ ପରେ ଟିକା ନେଇପାରିବେ। ଟିକାକରଣ ପାଇଁ ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଟିକା ମହଜୁଦ୍‌ ରହିଛି ଏବଂ ପର୍ଯ୍ୟାପ୍ତ ପରିମାଣର ଟିକା ସବୁ ଜିଲାରେ ପହଞ୍ଚତ୍ ସାରିଛି। ସବୁ ଜିଲାରେ ମଧ୍ୟ ନିର୍ଦ୍ଦିଷ୍ଟ ଟିକାକରଣ କେନ୍ଦ୍ର ଖୋଲାଯାଇଛି। କେବଳ ୧୫ରୁ ୧୮ ବର୍ଷ ପିଲାଙ୍କ ପାଇଁ ସ୍ବତନ୍ତ୍ର ଭାବେ ୯୩୯ ଟିକାକରଣ କେନ୍ଦ୍ର ପ୍ରସ୍ତୁତ କରାଯାଇଛି। ଏହାବାଦ୍‌ ଅନ୍ୟ ଯେଉଁଠି ଟିକାକରଣ ଚାଲିଛି ସେଠି ମଧ୍ୟ ଏହି ବର୍ଗର ପିଲାଙ୍କୁ ଟିକା ଦିଆଯିବ। ଆମ ପାଖରେ ବର୍ତ୍ତମାନ ୧୫ ଲକ୍ଷ କୋଭାକ୍ସିନ ଟିକା ମହଜୁଦ ରହିଛି। ମାସେ ମଧ୍ୟରେ ଆମେ ପିଲାଙ୍କ ପ୍ରଥମ ଡୋଜ୍‌ ଟିକାକରଣ ଶେଷ କରିବା ପାଇଁ ଲକ୍ଷ୍ୟ ରଖିଛୁ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଛନ୍ତି।
ଭୁବନେଶ୍ୱର ମହାନଗର ନିଗମ କମିଶନର ସଞ୍ଜୟ କୁମାର ସିଂହ ଯୋଗ ଦେଇ ଭୁବନେଶ୍ୱରରେ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିକାଦାନ ବ୍ୟବସ୍ଥା କରାଯିବ। ଏଥିପାଇଁ ଭୁବନେଶ୍ୱର ବ୍ଲକ୍‌ ଶିକ୍ଷା ଅଧିକାରୀ ଓ ଅଧ୍ୟକ୍ଷମାନେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍‌ଓ)ଙ୍କ ସହ ଯୋଗାଯୋଗ କରିବେ ବୋଲି କହିଥିଲେ। ଉଚ୍ଚ ମାଧ୍ୟମିକ ସ୍କୁଲର ଅଧ୍ୟକ୍ଷମାନେ ନିଜ ନିଜ ଜିଲାର ସିଡିଏମ୍‌ଓଙ୍କ ସହ ଯୋଗାଯୋଗ କରି ଟିକାଦାନ ସୁନିଶ୍ଚିତ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ବିକାଶ ଚନ୍ଦ୍ର ମହାପାତ୍ର ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ଗଣଶିକ୍ଷା ବିଭାଗ ଯୁଗ୍ମ ନିର୍ଦ୍ଦେଶକ ଡ. ସନାତନ ପଣ୍ଡା ଓ ଉପନିର୍ଦ୍ଦେଶକ ଭାଗୀରଥି କାଣ୍ଡି ତଦାରଖ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ପରାମର୍ଶ ଦେଇଥିଲେ। ଟିକାଦାନ ପାଇଁ ଛାତ୍ରୀଛାତ୍ରମାନେ କୋୱିନ୍‌ ପୋର୍ଟାଲ୍‌ରେ ଆଗୁଆ ପଞ୍ଜୀକରଣ କରିପାରିବେ ଅଥବା ଟିକାଦାନ କେନ୍ଦ୍ରରେ ପହଞ୍ଚତ୍ ପଞ୍ଜୀକରଣ କରିପାରିବେ। ଅଧ୍ୟକ୍ଷ ଓ ପ୍ରଧାନଶିକ୍ଷକମାନେ ଟିକାଦାନ ନିମନ୍ତେ ସମସ୍ତ ଉପଯୁକ୍ତ ଛାତ୍ରୀଛାତ୍ରଙ୍କ ତାଲିକା ପ୍ରସ୍ତୁତ କରି ସିଡିଏମ୍‌ଓଙ୍କ ସହ ଯୋଗାଯୋଗ କରିବେ ଓ ସମସ୍ତ ଛାତ୍ରୀଛାତ୍ର ଟିକା ନେବା ସୁନିଶ୍ଚିତ କରିବେ। ଏହି ବୈଠକରେ ସମସ୍ତ ଜିଲା ଶିକ୍ଷା ଅଧିକାରୀ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri