ଆଜିଠୁ ୧୫ରୁ ୧୮ ବର୍ଷ ପିଲାଙ୍କୁ ଟିକାକରଣ: ୮ ପରେ ଦଶମ ପିଲାଙ୍କୁ ଟିକା

ଭୁବନେଶ୍ୱର,୩।୧(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ ୧୫ରୁ ୧୮ ବର୍ଷ ବୟସର ପିଲାମାନଙ୍କ ଟିକାକରଣ ଆରମ୍ଭ ହେବ। ତେବେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଥିବାରୁ ସେମାନଙ୍କ ଟିକାକରଣ ପରେ ହେବ। ୮ ତାରିଖ ପରେ ଦଶମ ଶ୍ରେଣୀ ଓ ୧୧ ତାରିଖ ପରେ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ଟିକାଦାନ କରାଯିବ। ରବିବାର ଗଣଶିକ୍ଷା ଓ ସ୍ବାସ୍ଥ୍ୟ ବିଭାଗର ମିଳିତ ଆନୁକୂଲ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଜିଲାପାଳ, ଜିଲା ଶିକ୍ଷା ଅଧିକାରୀ ଓ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଏହି କାର୍ଯ୍ୟକ୍ରମକୁ ସଫଳ କରିବା ନିମନ୍ତେ ଦୈନିକ ଟିକାଦାନ ଅଗ୍ରଗତି ସମ୍ପର୍କରେ ଉଚ୍ଚ ମାଧ୍ୟମିକ ନିର୍ଦ୍ଦେଶାଳୟକୁ ଜଣାଇବା ପାଇଁ ପ୍ରମୁଖ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଡା. ବିଜୟ କୁମାର ପାଣିଗ୍ରାହୀ ଯୋଗଦେଇ ୨୦୦୭ ସୁଦ୍ଧା ଜନ୍ମ ହୋଇଥିବା ସମସ୍ତ ଛାତ୍ରୀଛାତ୍ର ଟିକାକରଣ ଅନ୍ତର୍ଭୁକ୍ତ ହେବେ ବୋଲି କହିଥିଲେ। ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ର ବା ବିଦ୍ୟାଳୟ ପରିସରରେ ଟିକାଦାନ ଅନୁଷ୍ଠିତ ହେବ। ଏଥିପାଇଁ ସ୍ବାସ୍ଥ୍ୟ ବିଭାଗ ତରଫରୁ ସମସ୍ତ ପ୍ରସ୍ତୁତି ସରିଛି। ଅଧ୍ୟକ୍ଷମାନେ ବିଦ୍ୟାଳୟ ପରିସରରେ ଟିକାଦାନ ପାଇଁ ଆବଶ୍ୟକୀୟ ସ୍ଥାନ ଯୋଗାଇ ଦେବେ ଓ ସମସ୍ତ ଛାତ୍ରୀଛାତ୍ରଙ୍କ ଟିକାଦାନ ପାଇଁ ସଚେତନତା ସୃଷ୍ଟି କରିବେ। ପ୍ରଥମ ଡୋଜ୍‌ ଟିକା ନେବାର ୨୮ରୁ ୪୨ ଦିନ ମଧ୍ୟରେ ଦ୍ୱିତୀୟ ଡୋଜ୍‌ ଟିକା ଦିଆଯିବ। କରୋନାରେ ପୀଡ଼ିତ ଛାତ୍ରୀଛାତ୍ର ସୁସ୍ଥ ହେବାର ୩ ମାସ ପରେ ଟିକା ନେଇପାରିବେ। ଟିକାକରଣ ପାଇଁ ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଟିକା ମହଜୁଦ୍‌ ରହିଛି ଏବଂ ପର୍ଯ୍ୟାପ୍ତ ପରିମାଣର ଟିକା ସବୁ ଜିଲାରେ ପହଞ୍ଚତ୍ ସାରିଛି। ସବୁ ଜିଲାରେ ମଧ୍ୟ ନିର୍ଦ୍ଦିଷ୍ଟ ଟିକାକରଣ କେନ୍ଦ୍ର ଖୋଲାଯାଇଛି। କେବଳ ୧୫ରୁ ୧୮ ବର୍ଷ ପିଲାଙ୍କ ପାଇଁ ସ୍ବତନ୍ତ୍ର ଭାବେ ୯୩୯ ଟିକାକରଣ କେନ୍ଦ୍ର ପ୍ରସ୍ତୁତ କରାଯାଇଛି। ଏହାବାଦ୍‌ ଅନ୍ୟ ଯେଉଁଠି ଟିକାକରଣ ଚାଲିଛି ସେଠି ମଧ୍ୟ ଏହି ବର୍ଗର ପିଲାଙ୍କୁ ଟିକା ଦିଆଯିବ। ଆମ ପାଖରେ ବର୍ତ୍ତମାନ ୧୫ ଲକ୍ଷ କୋଭାକ୍ସିନ ଟିକା ମହଜୁଦ ରହିଛି। ମାସେ ମଧ୍ୟରେ ଆମେ ପିଲାଙ୍କ ପ୍ରଥମ ଡୋଜ୍‌ ଟିକାକରଣ ଶେଷ କରିବା ପାଇଁ ଲକ୍ଷ୍ୟ ରଖିଛୁ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଛନ୍ତି।
ଭୁବନେଶ୍ୱର ମହାନଗର ନିଗମ କମିଶନର ସଞ୍ଜୟ କୁମାର ସିଂହ ଯୋଗ ଦେଇ ଭୁବନେଶ୍ୱରରେ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିକାଦାନ ବ୍ୟବସ୍ଥା କରାଯିବ। ଏଥିପାଇଁ ଭୁବନେଶ୍ୱର ବ୍ଲକ୍‌ ଶିକ୍ଷା ଅଧିକାରୀ ଓ ଅଧ୍ୟକ୍ଷମାନେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍‌ଓ)ଙ୍କ ସହ ଯୋଗାଯୋଗ କରିବେ ବୋଲି କହିଥିଲେ। ଉଚ୍ଚ ମାଧ୍ୟମିକ ସ୍କୁଲର ଅଧ୍ୟକ୍ଷମାନେ ନିଜ ନିଜ ଜିଲାର ସିଡିଏମ୍‌ଓଙ୍କ ସହ ଯୋଗାଯୋଗ କରି ଟିକାଦାନ ସୁନିଶ୍ଚିତ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ବିକାଶ ଚନ୍ଦ୍ର ମହାପାତ୍ର ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ଗଣଶିକ୍ଷା ବିଭାଗ ଯୁଗ୍ମ ନିର୍ଦ୍ଦେଶକ ଡ. ସନାତନ ପଣ୍ଡା ଓ ଉପନିର୍ଦ୍ଦେଶକ ଭାଗୀରଥି କାଣ୍ଡି ତଦାରଖ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ପରାମର୍ଶ ଦେଇଥିଲେ। ଟିକାଦାନ ପାଇଁ ଛାତ୍ରୀଛାତ୍ରମାନେ କୋୱିନ୍‌ ପୋର୍ଟାଲ୍‌ରେ ଆଗୁଆ ପଞ୍ଜୀକରଣ କରିପାରିବେ ଅଥବା ଟିକାଦାନ କେନ୍ଦ୍ରରେ ପହଞ୍ଚତ୍ ପଞ୍ଜୀକରଣ କରିପାରିବେ। ଅଧ୍ୟକ୍ଷ ଓ ପ୍ରଧାନଶିକ୍ଷକମାନେ ଟିକାଦାନ ନିମନ୍ତେ ସମସ୍ତ ଉପଯୁକ୍ତ ଛାତ୍ରୀଛାତ୍ରଙ୍କ ତାଲିକା ପ୍ରସ୍ତୁତ କରି ସିଡିଏମ୍‌ଓଙ୍କ ସହ ଯୋଗାଯୋଗ କରିବେ ଓ ସମସ୍ତ ଛାତ୍ରୀଛାତ୍ର ଟିକା ନେବା ସୁନିଶ୍ଚିତ କରିବେ। ଏହି ବୈଠକରେ ସମସ୍ତ ଜିଲା ଶିକ୍ଷା ଅଧିକାରୀ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?